ସାମାନ୍ୟ କମିଲା ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 7629 ଆକ୍ରାନ୍ତ
ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ଅହେତୁକ ବୃଦ୍ଧି ପରେ ବର୍ତ୍ତମାନ ଏଥିରେ ସାମାନ୍ୟ ହ୍ରାସ ହୋଇଛି । ଗତ 24 ଘଣ୍ଟାରେ ଦୈନିକ ମାମଲା 7 ହଜାର ରହିଥିବା ବେଳେ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି । ଏପରିକି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 7 ହଜାର 629 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 6702 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 61 ହଜାର 233 ରେ ପହଞ୍ଚିଛି । ଏହି ସମୟରେ 7 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 48 ଲକ୍ଷ 34 ହଜାର 859 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 42 ଲକ୍ଷ 42 ହଜାର 474 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 31 ହଜାର 152 ରୋଗୀ ପ୍ରାଣ ହରାଇଛନ୍ତି ।












Click it and Unblock the Notifications