ସ୍ଥିର ରହିଛି କରୋନା ମାମଲା, କମିଛି କରୋନାଜନିତ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ : କିଛି ଦିନ ଧରି କରୋନା ସଂକ୍ରମଣରେ ଅହେତୁକ ବୃଦ୍ଧି ପରେ ବର୍ତ୍ତମାନ ଏଥିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ବର୍ତ୍ତମାନ ଦୈନିକ କରୋନା ମାମଲାରେ ହ୍ରାସ ହୋଇଛି । ଏପରିକି ମାମଲା ହଜାରେ ତଳେ ରହି ଆସୁଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 864 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 1 ହଜାର 948 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 9 ହଜାର 092 ରେ ପହଞ୍ଚିଛି । ଏହି ସମୟରେ 3 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 49 ଲକ୍ଷ 84 ହଜାର 923 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 44 ଲକ୍ଷ 44 ହଜାର 013 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 31 ହଜାର 818 ରୋଗୀ ପ୍ରାଣ ହରାଇଛନ୍ତି ।












Click it and Unblock the Notifications