କରୋନା ଦୈନିକ ମାମଲାରେ ହ୍ରାସ, ଗତ 24 ଘଣ୍ଟାରେ ସୁସ୍ଥ ହେଲେ 90 ରୋଗୀ

ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 95 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 90 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1921 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

corona virus

ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ବୃଦ୍ଧି ପରେ ଗତକାଲି ଏଥିରେ ହ୍ରାସ ହୋଇଛି । ଗତ କିଛି ଦନ ହେବ କରୋନା ମାମଲା ଶହେ ପରେ ରହି ଆସୁଥିଲା, କିନ୍ତୁ ଗତକାଲି ଏହା ପୁଣି ଶହେ ତଳକୁ ଖସିଛି । ଏପରିକି ଗତ 24 ଘଣ୍ଟାରେ କୌଣସି କରୋନାଜନିତ ମୃତ୍ୟୁ ହୋଇନାହିଁ ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 95 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 90 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1921 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ କୌଣସି କରୋନାଜନିତ ମୃତ୍ୟୁ ହୋଇନାହିଁ ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 85 ହଜାର 132 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 52 ହଜାର 450 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 761 ରୋଗୀ ପ୍ରାଣ ହରାଇଛନ୍ତି ।

କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 63 ଲକ୍ଷ 46 ହଜାର 917 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 6 ହଜାର 914 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+