ଖସିଲା କରୋନା ଦୈନିକ ସଂକ୍ରମଣ ମାମଲା, 2 ହଜାର ସକ୍ରିୟ ରୋଗୀ

ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ବୃଦ୍ଧି ପରେ ଗତକାଲି ଏଥିରେ ଅଖିଦୃଶିଆ ହ୍ରାସ ପରିଲକ୍ଷିତ ହୋଇଛି । ଏପରିକି ଗତ 24 ଘଣ୍ଟାରେ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳକୁ ଖସି ଆସିଛି ।

ନୂଆଦିଲ୍ଲୀ: ଚୀନ୍ ସମେତ ବିଶ୍ୱର କେତେ ଦେଶରେ କରୋନା ଭାଇରସ ସଂକ୍ରମଣ ବୃଦ୍ଧି ପାଇବା ପରେ ଦେଶରେ କେନ୍ଦ୍ର ଓ ରାଜ୍ୟ ସରକାର ଏହାକୁ ମୁକାବିଲା କରିବାକୁ ଅଣ୍ଟା ଭିଡ଼ିଛନ୍ତି । ସଂକ୍ରମଣରୁ ବର୍ତ୍ତିବା ପାଇଁ ଲୋକଙ୍କୁ ସଚେତନ କରାଇବା ସହ ଟୀକାକରଣକୁ ଜୋରଦାର କରିବା ସହ ଅନେକ ଗାଇଡଲାଇନ୍ ଜାରି କରିଛନ୍ତି ଉଭୟ ସରକାର । ବର୍ତ୍ତମାନ ଏହାର ପରିଣାମ ଦେଖିବାକୁ ମିଳିଛି ।

ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ବୃଦ୍ଧି ପରେ ଗତକାଲି ଏଥିରେ ଅଖିଦୃଶିଆ ହ୍ରାସ ପରିଲକ୍ଷିତ ହୋଇଛି । ଏପରିକି ଗତ 24 ଘଣ୍ଟାରେ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳକୁ ଖସି ଆସିଛି । ଏଥି ସହିତ କୌଣସି କରୋନା ରୋଗୀଙ୍କ ପ୍ରାଣ ହାନି ହୋଇନାହିଁ, ଯାହାକି ବିଶେଷଜ୍ଞଙ୍କ ପାଇଁ ଆଶ୍ୱସ୍ତିକର ଖବର ରହିଛି ।

corona virus

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 79 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 163 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 2 ହଜାର 035 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ କୌଣସି ରୋଗୀ କରୋନା କାଣରୁ ପ୍ରାଣ ହରାଇନାହାଁନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 81 ହଜାର 233 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 48 ହଜାର 472 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 726 ରୋଗୀ ପ୍ରାଣ ହରାଇଛନ୍ତି ।

କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 17 ଲକ୍ଷ 56 ହଜାର 888 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 50 ହଜାର 871 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+