ଦୈନିକ କରୋନା ମାମଲାରେ ବିସ୍ପୋରକ ବୃଦ୍ଧି, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 754 ଆକ୍ରାନ୍ତ
କରୋନା ଦୈନିକ ମାମଲାରେ ଅହେତୁକ ବୃଦ୍ଧି ପରିଲକ୍ଷିତ ହୋଇଛି । ଗତ କିଛି ଦିନ ହେବ କରୋନା ମାମଲା ବଢିବାରେ ଲାଗିଛି । ଏପରିକି ଦୈନିକ ମାମଲା 7 ଶହ ପରେ ରହିଛି ।

ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ଅହେତୁକ ବୃଦ୍ଧି ପରିଲକ୍ଷିତ ହୋଇଛି । ଗତ କିଛି ଦିନ ହେବ କରୋନା ମାମଲା ବଢିବାରେ ଲାଗିଛି । ଏପରିକି ଦୈନିକ ମାମଲା 7 ଶହ ପରେ ରହିଛି । ଆଶ୍ୱସ୍ତିଜନକ ଖବର ହେଉଛି କରୋନାଜନିତ ମୃତ୍ୟୁ ସଖ୍ୟାରେ ବୃଦ୍ଧି ହୋଇନାହିଁ ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 754 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 327 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 4623 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ ମାତ୍ର ଜଣେ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 92 ହଜାର 710 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 57 ହଜାର 297 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 790 ରୋଗୀ ପ୍ରାଣ ହରାଇଛନ୍ତି ।
କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 64 ଲକ୍ଷ 80 ହଜାର 756 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 9 ହଜାର 520 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications