10 ହଜାର ତଳକୁ ଖସିଲା କରୋନା ଦୈନିକ ମାମଲା, ଗତ 24 ଘଣ୍ଚାରେ 9062 ଆକ୍ରାନ୍ତ ଚିହ୍ନଟ, 36 ମୃତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 9 ହଜାର 062 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 15 ହଜାର 220 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ବୃଦ୍ଧି ପରିଲକ୍ଷିତ ହେବା ପରେ ଗତକାଲି ଆଖିଦୃଶିଆ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ମାମଲା 9 ହଜାରକୁ ଖସିଛି । ଏପରିକି ସକ୍ରିୟ ମାମଲା ଏକ ଲକ୍ଷ 5 ହଜାରକୁ ହ୍ରା ହୋଇଛି । କିନ୍ତୁ ଗତକାଲି କରୋନାଜନିତ ମୃତ୍ୟୁରେ ସାମାନ୍ୟ ବୃଦ୍ଧି ହୋଇଛି ।

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 9 ହଜାର 062 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 15 ହଜାର 220 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 05 ହଜାର 058 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 36 ରେକର୍ଡ ହୋଇଛି ।
ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 42 ଲକ୍ଷ 86 ହଜାର 256 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 36 ଲକ୍ଷ 54 ହଜାର 064 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 27 ହଜାର 134 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 208 କୋଟି 57 ଲକ୍ଷ 15 ହଜାର 251 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 25 ଲକ୍ଷ 90 ହଜାର 557 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications