ମାସ ଆରମ୍ଭରୁ କରୋନା ଦୈନିକ ମାମଲାରେ ଅହେତୁକ ବୃଦ୍ଧି, ବଢୁଛି ସକ୍ରିୟ ରୋଗୀଙ୍କ ସଂଖ୍ୟା
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 240 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 161 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 2335 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ପୁଣି ଅହେତୁକ ବୃଦ୍ଧି ପରିଲକ୍ଷିତ ହୋଇଛି । ଗତ କିଛି ଦନ ହେବ କରୋନା ମାମଲା ସ୍ଥିର ରହିଥିବା ବେଳେ ଗତକାଲି ଏଥିରେ ବୃଦ୍ଧି ହୋଇଛି । ଏପରିକି ଦୈନିକ ମାମଲା ଦୁଇ ଶହ ପାର୍ ହୋଇଛି । ଆଶ୍ୱସ୍ତିକର ଖବର ହେଉଛି, କରୋନାଜନିତ ମୃତ୍ୟୁ ସଂଖ୍ୟାରେ ହ୍ରାସ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 240 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 161 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 2335 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ ଜଣେ ରୋଗୀଙ୍କ କରୋନାଜନିତ ମୃତ୍ୟୁ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 86 ହଜାର 611 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 53 ହଜାର 504 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 772 ରୋଗୀ ପ୍ରାଣ ହରାଇଛନ୍ତି ।
କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 63 ଲକ୍ଷ 94 ହଜାର 232 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 6 ହଜାର 343 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications