ବଢୁଛି କରୋନା ପ୍ରକୋପ, ଦୈନିକ ମାମଲାରେ ବୃଦ୍ଧି, ଗତ 24 ଘଣ୍ଟାରେ 3 ଆକ୍ରାନ୍ତଙ୍କ ମୃତ୍ୟୁ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 142 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 107 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1899 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ପୁଣି ବୃଦ୍ଧି ହେଉଛି । ଗତ କିଛି ଦନ ହେବ କରୋନା ମାମଲାରେ ହ୍ରାସ ହେବା ପରେ ପୁଣି ଏହା ଶହେ ପରେ ରହିଆସୁଛି । ଗତ 24 ଘଣ୍ଟାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପରେ ରହିଛି । ଏହା ସହ କରୋନାଜନିତ ମୃତ୍ୟୁରେ ମଧ୍ୟ ସାମାନ୍ୟ ବୃଦ୍ଧି ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 142 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 107 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1899 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ 3 ଜଣ କରୋନା ରୌଗୀଙ୍କର ମୃତ୍ୟୁ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 84 ହଜାର 917 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 52 ହଜାର 258 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 760 ରୋଗୀ ପ୍ରାଣ ହରାଇଛନ୍ତି ।
କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 63 ଲକ୍ଷ 38 ହଜାର 877 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 3 ହଜାର 686 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications