For Quick Alerts
Turn On Notification  
For Daily Alerts
Oneindia App Download

ଖସୁଛି କରୋନା ଦୈନିକ ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 254 ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 254 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ 355 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

|

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଗତ କିଛି ଦିନ ଧରି ଦୈନିକ ମାମଲା 5 ଶହ ପରେ ରହୁଥିବା ବେଳେ ବର୍ତ୍ତମାନ ଏହା ତିନି ଶହ ତଳେ ରହିଆସୁଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରା ହୋଇଛି ।

corona virus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 254 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ 355 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 4 ହଜାର 982 କରୋନା ସକ୍ରିୟ ରୋଗୀ ଅଛନ୍ତି । ଅପରପକ୍ଷରେ ଗତକାଲି କରୋନା କାରଣରୁ ମାତ୍ର ଜଣେ ରୋଗୀ ପ୍ରାଣ ହରାଇଛନ୍ତି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 72 ହଜାର 068 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 36 ହଜାର 471 ରେ ପହଞ୍ଚିଛି । ଏପରିକି ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 5 ଲକ୍ଷ 30 ହଜାର 615 ହୋଇଛି ।

କରୋନା ବିରୋଧରେ ସାରା ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 219 କୋଟି 91 ଲକ୍ଷ 45 ହଜାର 842 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି ମାତ୍ର 53 ହଜାର 295 ଡୋଜ୍ ଟିକା ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Witnessed Low Covid Cases In Last 24 Hours
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X