ପରିବହନ କମିସନରଙ୍କ କଡା ନିର୍ଦ୍ଦେଶ, ନିୟମିତ ସ୍କୁଲ ବସ୍ ହେବ ଯାଞ୍ଚ, ଖିଲାପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ରୀୟ ମୋଟର ଯାନ ନିୟମ (ସିଏମ୍‌ଭିଆର୍‌) ୧୯୮୯ର ଧାରା ୧୨୫ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ ହେବା ଅନିବାର୍ଯ୍ୟ । ଖିଲାପକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ରାଜ୍ୟ ପରିବହନ କମିସନର ଅମିତାଭ ଠାକୁର ନିର୍ଦ୍ଦେଶ ଦେଇଛନ୍ତି ।

ଅଗ୍ନି ନିରାପତ୍ତା ନିୟମ ଠିକ୍ ଭାବରେ ପାଳନ ହେଉଛି କି ନାହିଁ ସେ ସଂପର୍କରେ ବିଭିନ୍ନ ସମୟରେ ରାଜ୍ୟପରିବହନ ପ୍ରାଧିକରଣ ପଦକ୍ଷେପ ଗ୍ରହଣ କରି ଆସିଥିବାବେଳେ ଆଗକୁ ଏହାକୁ ଅଧିକ ବ୍ୟାପକ କରିବାକୁ ନିଷ୍ପତ୍ତି ହୋଇଛି । ସ୍କୁଲ ବସ୍‌ଗୁଡ଼ିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଉପରେ ତୀକ୍ଷ୍ଣ ନଜର ରଖାଯିବ । ସମସ୍ତ ଜୋନ୍ ଉପପରିବହନ ଆୟୁକ୍ତ ଏବଂ ଆଞ୍ଚଳିକ ପରିବହନ ଅଧିକାରୀମାନେ ନିୟମିତ ଭାବେ ଏହାର ଯାଞ୍ଚ କରିବେ ।

school bus

କୌଣସି ସ୍କୁଲ ବସ୍ ଏହାର ଉଲ୍ଲଙ୍ଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିସନର ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ନିଜ ନିଜ ଅଞ୍ଚଳରେ ଏହି ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ନିମନ୍ତେ ମୋଟର ଯାନ ନିରୀକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲ ବସରେ ଫାୟାର ଡିଟେକ୍‌ସନ୍ ଆଲାର୍ମ ସିଷ୍ଟମ୍ (ଏଫ୍‌ଡିଏଏସ୍‌), ଫାୟାର ଡିଟେକ୍‌ସନ୍ ସପ୍ରେସନ୍ ସିଷ୍ଟମ୍ (ଏଫ୍‌ଡିଏସ୍‌ଏସ୍‌) ଓ ଫାୟାର ଆଲାର୍ମ ପ୍ରୋଟେକସନ୍ ସିଷ୍ଟମ୍ (ଏଫ୍‌ଏପିଏସ୍‌) ବ୍ୟବସ୍ଥା ଆବଶ୍ୟକ ଭାବେ ଲାଗୁ କରିବାକୁ ବାଧ୍ୟତାମୂଳକ ନିୟମ ରହିଛି । ଅଗ୍ନି ଅଘଟଣ ରୋକିବା ଓ ମୁକାବିଲା ଦିଗରେ ଏହା ସହାୟକ ହୋଇଥାଏ ।

ତେଣୁ ବସରେ ଯାତ୍ରା କରୁଥିବା ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏହା ଅତ୍ୟନ୍ତ ଗୁରୁପୂର୍ଣ । କେନ୍ଦ୍ରୀୟ ମୋଟର ଯାନ ଆଇନ ୧୯୮୯ର ନିୟମ ୧୨୫ସି ଅନୁସାରେ ସମସ୍ତ ସ୍କୁଲ ବସରେ ଏଆଇଏସ୍ ୧୩୫ ଆଧାରରେ ଏହି ଅଗ୍ନି ନିରାପତ୍ତା ବ୍ୟବସ୍ଥା ସଠିକ୍ ଭାବେ ଅନୁପାଳନ ହେବା ଆବଶ୍ୟକ । ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ସହ ଅନୁବନ୍ଧିତ ହୋଇ ଛାତ୍ରଛାତ୍ରୀଙ୍କୁ ପରିବହନ କରୁଥିବା ବସ୍ ମାଲିକମାନେ ଏହି ନିୟମ ନିଶ୍ଚିତ ଭାବରେ ପାଳନ କରିବା ନିମନ୍ତେ ଆଇନରେ ପ୍ରାବଧାନ ରହିଛି ।

କୋମଳମତି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପ୍ରତି କୌଣସି ଅଣଦେଖାକୁ ବରଦାସ୍ତ କରାଯିବ ନାହିଁ ବୋଲି ଦର୍ଶାଯାଇ ନିୟମ ଉଲ୍ଲଙ୍ଘନ କରୁଥିବା ବସ୍‌ଗୁଡ଼ିକର ଫିଟନେସ୍ ସାର୍ଟିଫିକେଟ ରଦ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏକ୍ଷେତ୍ରରେ ଶୂନ୍ୟ ସହନଶୀଳ ନୀତି ଅବଲମ୍ବନ କରିବାକୁ ଅଧିକାରୀମାନଙ୍କୁ ରାଜ୍ୟ ପରିବହନ କମିସନର ଶ୍ରୀ ଠାକୁର ନିର୍ଦ୍ଦେଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+