Get Updates
Get notified of breaking news, exclusive insights, and must-see stories!

ପ୍ରୟାଗରାଜ ମହାକୁମ୍ଭ ମେଳା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆସିଲା ନିମନ୍ତ୍ରଣ ପତ୍ର

ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀ ମୋହନମାଝୀଙ୍କୁ ନିମନ୍ତ୍ରଣ କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ଦେଇଛନ୍ତି।

Mohan Charan Majhi

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉତ୍ତର ପ୍ରଦେଶର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟି ମହାକୁମ୍ଭରେ ଯୋଗ ଦେବାପାଇଁ ନିମନ୍ତ୍ରଣ କରିଛନ୍ତି। ମହାକୁମ୍ଭ-୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ମନ୍ତ୍ରୀ ଦୁଇ ଜଣ ମୁଖ୍ୟମନ୍ତ୍ରୀଙ୍କୁ ଗଙ୍ଗା ଜଳରେ ପରିପୂର୍ଣ୍ଣ ଏକ ଶୁଭ କଳସ ଏବଂ ମହାକୁମ୍ଭର ଏକ ଲୋଗୋ ମଧ୍ୟ ପ୍ରଦାନ କରିଥିଲେ। ଏହି ନିମନ୍ତ୍ରଣ ସମୟରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି, ଉଚ୍ଚ ଶିକ୍ଷା ତଥା କ୍ରୀଡା ମନ୍ତ୍ରୀ ସୂରଜ୍ ସୂର୍ଯ୍ୟବଂଶୀ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+