ସମୟ ଆସିଛି ପାକିସ୍ତାନରୁ ପିଓକେ ଅଲଗା କରିବାର, ପ୍ରଧାନମନ୍ତ୍ରୀ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ଓ ଆତଙ୍କବାଦ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅନୁରୋଧ କରିଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ । ବର୍ତ୍ତମାନ ଆପୋଷ ବୁଝାମଣାର ସମୟ ନୁହେଁ, ବରଂ ଆତଙ୍କବାଦୀଙ୍କୁ ଉଚିତ ଜବାବ ଦେବାର ସମୟ ବୋଲି କହିଛନ୍ତି । ପାକିସ୍ତାନକୁ ଦୁଇ ଭାଗ କରି ପିଓକେକୁ ଭାରତରେ ମିଶାଇ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କହିଛନ୍ତି ରେବନ୍ତ ରେଡ୍ଡୀ ।

rebant reddy
ରେଡ୍ଡୀ କହିଛନ୍ତି, ଭାରତର ପ୍ରଧାନମନ୍ତ୍ରୀଙ୍କୁ ମୋର କେବଳ ଗୋଟିଏ ଅନୁରୋଧ, ଆମେ ଏକାଠି ହୋଇ ଦେଶବାସୀଙ୍କ ଉପରେ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କୁ ଉଚିତ ଜବାବ ଦେବା । ଆତଙ୍କବାଦୀଙ୍କ ବିରୋଧରେ ଲଢ଼ିବା ପାଇଁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରସ୍ତୁତ ବୋଲି ସେ କହିଛନ୍ତି । ସେହିପରି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଆତଙ୍କବାଦୀ ବିରୋଧରେ ଲଢ଼େଇ ପାଇଁ କେନ୍ଦ୍ର ସରକାରଙ୍କୁ ସମର୍ଥନ କରିଛନ୍ତି । ଏହି ଅବସରରେ ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । କହିଛନ୍ତି, ପହଲଗାମରେ ଆତଙ୍କବାଦୀଙ୍କ ବର୍ବରକାଣ୍ଡ ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏଭଳି କାପୁରୁଷଜନିତ ହିଂସା ଅତ୍ୟନ୍ତ ନିନ୍ଦନୀୟ । ମୃତକଙ୍କ ପରିବାର ପ୍ରତି ଆନ୍ଧ୍ର ସରକାର ଓ ରାଜ୍ୟବାସୀ ରହିଛନ୍ତି । ଭାରତର ସୁରକ୍ଷାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିର୍ଣ୍ଣାୟକ ନେତୃତ୍ୱକୁ ଆମେ ସମ୍ପୂର୍ଣ୍ଣ ସମର୍ଥନ କରୁଛୁ ବୋଲି ସେ କହିଛନ୍ତି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+