ଜମ୍ମୁକାଶ୍ମୀର ସରକାରଙ୍କ ପକ୍ଷରୁ କ୍ଷତିପୂରଣ: ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷ ଟଙ୍କା ସହାୟତା ନେଇ ଘୋଷଣା

ଜମ୍ମୁକାଶ୍ମୀର ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଘୋଷଣା । କ୍ଷତିପୂରଣ ଘୋଷଣା କଲେ ଜମ୍ମୁକାଶ୍ମୀର ସରକାର। ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷ ଟଙ୍କା ସହାୟତା ନେଇ ଘୋଷଣା।

ମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କୀ ହମଲାକୁ ବିଶ୍ୱବ୍ୟାପୀ ତୀବ୍ର ନିନ୍ଦା କରାଯାଇଛି। ବହୁ ରାଷ୍ଟ୍ର ନେତା ଏହି ଘଟଣାକୁ କଡ଼ା ନିନ୍ଦା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରି କଥା ହୋଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରିବା ସହ ଏହି ଜଘନ୍ୟ ଆକ୍ରମଣର ଦୋଷୀଙ୍କୁ ଦଣ୍ଡ ଦେବାକୁ ଭାରତକୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି ।

ଭାରତ ଓ ଆମେରିକା ଆତଙ୍କବାଦ ବିରୋଧରେ ଲଢ଼େଇରେ ଏକାଠି ଛିଡ଼ା ହୋଇଛନ୍ତି ବୋଲି କହିଛନ୍ତି ଟ୍ରମ୍ପ।ସେହିପରି ଗଭୀର ଶୋକ ପ୍ରକାଶ କରିଛନ୍ତି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ।

Jammu and Kashmir government

ସେ କହିଛନ୍ତି, ଯିଏ ଦାୟୀ ଓ ଅପରାଧୀମାନଙ୍କୁ ଉପଯୁକ୍ତ ଦଣ୍ଡ ମିଳିବ। ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ମଧ୍ୟ ଏହି ଆତଙ୍କୀ ହମଲାକୁ ତୀବ୍ର ନିନ୍ଦା କରିଛନ୍ତି।ଏହାସହ ହମଲାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

ସାଉଦି ଆରବ ପ୍ରିନ୍ସ ମହମ୍ମଦ ବିନ୍ ସଲମାନ୍ ବି ଏନେଇ ପିଏମ୍ ମୋଦିଙ୍କ ସହ ଆଲୋଚନା କରିଛନ୍ତି ଓ ଭାରତ ସହ ଅଛୁ ବୋଲି କହିଛନ୍ତି। ବିଶ୍ୱର ବିଭିନ୍ନ ରାଷ୍ଟ୍ର ନେତା ଆତଙ୍କବାଦୀ ଆକ୍ରମଣକୁ କଠୋର ନିନ୍ଦା କରିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ପହଲଗାମର ବୈସରନ ଭ୍ୟାଲିରେ ରକ୍ତର ହୋଲି ଖେଳିଥିଲେ ଆତଙ୍କବାଦୀ ।ଜମ୍ମୁ କାଶ୍ମୀର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିମାଡ଼ କରିଥିଲେ। ଏଥିରେ ୨୬ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ରହିଛନ୍ତି ଦୁଇ ଜଣ ବିଦେଶୀ ପର୍ଯ୍ୟଟକ। ଜଣେ ନେପାଳର ଓ ଆଉ ଜଣେ ସାଉଦି ଆରବ ନାଗରିକ। ଅନ୍ୟମାନଙ୍କ ଭିତରେ ଓଡ଼ିଶାରୁ ଜଣେ ଏବଂ ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଗୁଜରାଟ, ତାମିଲନାଡୁ ଓ କର୍ଣ୍ଣାଟକରୁ ପର୍ଯ୍ୟଟକ ଅଛନ୍ତି। ଜଣେ ନୌସେନା ଓ ଜଣେ ଗୁଇନ୍ଦା ବ୍ୟୁରୋ ଅଧିକାରୀ ବି ପ୍ରାଣ ହରାଇଛନ୍ତି। ଆକ୍ରମଣରେ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+