ଶିବାଜୀଙ୍କ ପ୍ରତିମୂର୍ତ୍ତି ଭୁଶୁଡ଼ିବା ଘଟଣା: ଗିରଫ ହେଲେ ମୂର୍ତ୍ତିକାର

ମହାରାଷ୍ଟ୍ରରେ ଛତ୍ରପତି ଶିବାଜୀଙ୍କ ପ୍ରତିମୂର୍ତ୍ତି ଭୁଶୁଡିବା ଘଟଣା। ମୁର୍ତ୍ତିକାର ଜୟଦୀପ ଆପଟାଙ୍କୁ ଗିରଫ କଲା କଲ୍ୟାଣ ପୋଲିସ୍‌ । ପୂର୍ବରୁ କଣ୍ଟ୍ରାକ୍ଟର ଚେତନ ପାଟିଲ ବନ୍ଧା ହୋଇଥିବା ବେଳେ ଏବେ ଏହାକୁ ନିର୍ମାଣ କରିଥିବା ମୁର୍ତ୍ତିକାର ଜୟଦୀପ ଆପଟାଙ୍କୁ ବାନ୍ଧିଛି କଲ୍ୟାଣ ପୁଲିସ୍‌।

ଜୟଦୀପ ଆପଟେ କଲ୍ୟାଣ ଅଞ୍ଚଳରେ ଏକ ଆର୍ଟ କଲେଜ ପରିଚାଳନା କରନ୍ତି। ତାଙ୍କ ନିକଟରେ ବଡ଼ ମୂର୍ତ୍ତି ନିର୍ମାଣର ଅନୁଭବ ନ ଥିବା ବେଳେ ସେ ୩୫ ଫୁଟ ଉଚ୍ଚର ଛତ୍ରପତି ଶିବାଜୀଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଥିଲେ। ଗତବର୍ଷ ଡିସେମ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିନ୍ଧୁଦୁର୍ଗ ଜିଲ୍ଲାରେ ଥିବା ୩୫ ଫୁଟ ଉଚ୍ଚ ଶିବାଜୀଙ୍କ ପ୍ରତିମୂର୍ତ୍ତି ଉଦ୍‌ଘାଟନ କରିଥିଲେ ।

ଭାରତୀୟ ନୌସେନା ରାଜ୍ୟ ସରକାରଙ୍କ ସହଯୋଗରେ ଏହି ପ୍ରୋଜେକ୍ଟ କାମ ସମ୍ପନ୍ନ କରିଥିଲେ। ଉକ୍ତ ଦିନକୁ ନୌସେନା ଦିବସ ଭାବେ ଘୋଷଣା କରାଯିବା ସହ ପ୍ରଥମ ଥର ଏହାକୁ ଧୁମଧାମରେ ପାଳନ କରାଯାଇଥିଲା। ହେଲେ ୮ ମାସ ନ ପୁରୁଣୁ ଏହି ମୂର୍ତ୍ତିଟି ଭାଙ୍ଗି ଯାଇଥିଲା। ପ୍ରତିମୂର୍ତ୍ତି ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ୨.୪ କୋଟି ଟଙ୍କା ନୌସେନାକୁ ଦିଆଯାଇଥିଲା।

Shivaji statue that collapsed

ନିର୍ମାଣରେ କଳଙ୍କି ଲାଗି ଥିବା ନଟ ଓ ବୋଲ୍ଟୋ ପରି ନିମ୍ନମାନର ଜିନିଷ ବ୍ୟବହାର ହୋଇଥିବା ତଦନ୍ତରୁ ଜଣାପଡ଼ିଥିଲା।ତେବେ ଏହି ଘଟଣାରେ ପୁଲିସ୍‌ ରୁଜୁ କରିଥିବା ମାମଲାରେ ଆର୍କିଟେକ୍‌ ଜଗଦୀପ ଆପେଟ ଓ କଣ୍ଟ୍ରାକ୍ଟର ଚେତନ ପାଟିଲଙ୍କୁ ଅଭିଯୁକ୍ତ ଭାବେ ଦର୍ଶାଇଥିଲା। ଏହି ଘଟଣାରେ ପୁଲିସ୍‌ ରୁଜୁ କରିଥିବା ମାମଲାରେ ଆର୍କିଟେକ୍‌ ଜଗଦୀପ ଆପେଟ ଓ କଣ୍ଟ୍ରାକ୍ଟର ଚେତନ ପାଟିଲଙ୍କୁ ଅଭିଯୁକ୍ତ ଭାବେ ଦର୍ଶାଇଥିଲା।

ଊଭୟଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା ରୁଜୁ ହୋଇଥିଲା । ଉଭୟଙ୍କ ଖାମଖିଆଲି ମନୋଭାବ ଓ କର୍ତ୍ତବ୍ୟରେ ଅବହେଳା ହେତୁ ଏପରି ଏକ ଅଘଟଣ ଘଟିଥିବା ଉଲ୍ଲେଖ କରାଯାଇଥିଲା। ପୂର୍ବରୁ ଚେତନ ପାଟିଲଙ୍କୁ ଗିରଫ କରାଯାଇଥିବା ବେଳେ ଗତକାଲି ଜଗଦୀପ ଆପେଟଙ୍କୁ ବାନ୍ଧିଛି ପୁଲିସ୍‌।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+