ପଦ୍ମ ଧରିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ୱର: ପଦ୍ମ ଧରିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି । ରବିବାର ରାଜ୍ୟ ଭାଜପା କାର୍ଯ୍ୟଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି । ଭାଜପାର ବହୁ ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି । ତେବେ ଅରବିନ୍ଦ ଢାଲି ଶନିବାର ଦଳରୁ ଇସ୍ତଫା ଦେବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ।

ଜୟଦେବ ନିର୍ବାଚନ ମଣ୍ଡଳୀରୁ ଦୁଇ ଥର ବିଧାୟକ ହୋଇଥିବା ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲି ଗତକାଲି ବିଜେଡିର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଥିଲେ । ୨୦୦୯ ନିର୍ବାଚନ ପୂର୍ବରୁ ବିଜେପି ଛାଡ଼ି ବିଜେଡିରେ ଯୋଗଦେଇଥିବା ଶ୍ରୀ ଢାଲି ପୁଣି ବିଜେପିକୁ ଫେରିବେ ବୋଲି ଗଣମାଧ୍ୟମରେ କହିଥିଲେ । ରବିବାର ସମର୍ଥକଙ୍କ ସହ ବିଜେପିରେ ଯୋଗଦେଇଛନ୍ତି ।

arvind dhali

୧୯୯୦, ୧୯୯୫ ଏବଂ ୨୦୦୦ରେ ମାଲକାନଗିରିରୁ ବିଧାୟକ ଥିଲେ ଅରବିନ୍ଦ । ବିଜେପି-ବିଜେଡି ମେଣ୍ଟ ଭାଙ୍ଗିବା ପରେ ବିଜେପି ଛାଡ଼ି ବିଜେଡିରେ ମିଶିଥିଲେ । ୨୦୦୯ ଓ ୨୦୧୯ରେ ଦୁଇ ଥର ବିଜେଡି ଟିକଟରେ ଜୟଦେବ ଆସନରୁ ବିଧାୟକ ହୋଇଥିଲେ । ସେ ବିଜେପି, ଭାରତୀୟ ଜନଶକ୍ତି ପାର୍ଟି, ସମାଜବାଦୀ ପାର୍ଟି ଏବଂ ଶେଷରେ ବିଜେଡିରେ ସାମିଲ ହୋଇଥିଲେ । ଆଉ ଏବେ ପୁଣି ଥରେ ବିଜେପିକୁ ଫେରିଛନ୍ତି ।

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହେଇଛନ୍ତି ଅରବିନ୍ଦ ଢାଲି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+