ଝାନସୀ ମେଡିକାଲ ଅଗ୍ନିକାଣ୍ଡ ଘଟଣା ; ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ, କହିଲେ ଘଟଣା ବହୁତ୍ ହୃଦୟ ବିଦାରକ
ଗତରାତିରେ ଉତ୍ତରପ୍ରଦେଶର ଝାନସୀ ମେଡିକାଲ କଲେଜର ଶିଶୁ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ବେଳେ ୧୦ ଶିଶୁ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ଏହି ଅଗ୍ନିକାଣ୍ଡରେ ବହୁ ଶିଶୁ ଜଳି ଗୁରୁତର ହୋଇପଡ଼ିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୀଡ଼ିତାଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ।

ଝାନସୀ ମେଡିକାଲ କଲେଜର ଏନଆଇସିୟୁରେ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ନବଜାତ ଶିଶୁଙ୍କ ପରିବାରକୁ 2 ଲକ୍ଷ ଟଙ୍କା ଆହତମାନଙ୍କୁ 50,000 ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି ।
ଦୁଃଖ ପ୍ରକାଶ କରି ମୋଦୀ ଏହି ଘଟଣାକୁ ହୃଦୟ ବିଦାରକ ବୋଲି କହିଛନ୍ତି ଏବଂ ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଶିଶୁଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ରିଲିଫ ଓ ଉଦ୍ଧାର କାର୍ଯ୍ୟ ପାଇଁ ସମସ୍ତ ପ୍ରକାର ଉଦ୍ୟମ କରୁଛି ବୋଲି ସେ କହିଛନ୍ତି।












Click it and Unblock the Notifications