ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ
ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ କୁମାର ଗୋୟଲ ଆଜି ଦେଶର ମୁଖ୍ୟ ସୂଚନା ଆୟୁକ୍ତ ଭାବରେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ଦେଶର ମୁଖ୍ୟ ସୂଚନା ଅଧିକାରୀ(ସିଆଇସି) ଭାବେ ଶପଥ ନେଇଛନ୍ତି ପୂର୍ବତନ ପ୍ରଶାସନିକ ଅଧିକାରୀ ରାଜ କୁମାର ଗୋୟଲ ।
ଶ୍ରୀ ଗୋୟଲଙ୍କୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି । ଗତ ସେପ୍ଟେମ୍ବର ୧୩ ତାରିଖରେ ହୀରାଲାଲ ସମରିଆଙ୍କ କାର୍ଯ୍ୟକାଳ ସମାପ୍ତ ହେବା ପରେ ଏହି ପଦବୀ ଖାଲି ପଡ଼ିଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ୟାନେଲ ଗତ ସପ୍ତାହରେ ଶ୍ରୀ ଗୋୟଲଙ୍କ ନାମ ସୁପାରିଶ କରିଥିଲେ ।

ଶ୍ରୀ ଗୋୟଲ ଅରୁଣାଚଳ ପ୍ରଦେଶ-ଗୋଆ-ମିଜୋରାମ-କେନ୍ଦ୍ରଶାସିତ ଅଞ୍ଚଳ (ଏଜିଏମୟୁଟି) କ୍ୟାଡରର ୧୯୯୦ ବ୍ୟାଚର ଭାରତୀୟ ପ୍ରଶାସନିକ ସେବା ଅଧିକାରୀ । ସେ ଅଗଷ୍ଟ ୩୧ ତାରିଖରେ ଆଇନ ଏବଂ ନ୍ୟାୟ ମନ୍ତ୍ରଣାଳୟ ଅଧୀନରେ ନ୍ୟାୟ ବିଭାଗର ସଚିବ ଭାବରେ ଅବସର ଗ୍ରହଣ କରିଥିଲେ । ସେ ଗୃହ ମନ୍ତ୍ରଣାଳୟରେ ସଚିବ (ସୀମା ପରିଚାଳନା) ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
କେନ୍ଦ୍ର ଓ ପୂର୍ବତନ ଜମ୍ମୁ ଓ କାଶ୍ମୀର ରାଜ୍ୟରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଛନ୍ତି ଶ୍ରୀ ଗୋୟଲ । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀ ଗୋୟଲଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ ଏବଂ କେନ୍ଦ୍ର କାର୍ମିକ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଉପସ୍ଥିତ ଥିଲେ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications