କେରଳ ଡଙ୍ଗା ବୁଡ଼ି ଘଟଣା:୨୨ ମୃତ, ଅଧିକାଂଶ ମହିଳା ଓ ଶିଶୁ ଥିବା ସୂଚନା,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
Kerala Boat Tragedy: ରବିବାର ଦିନ କେରଳର ମଲାପୁରମ ଜିଲ୍ଲାରେ ପର୍ଯ୍ୟଟକଙ୍କୁ ନେଇ ଏକ ହାଉସ୍ ବୋଟ୍ ଯାଉଥିବା ବେଳେ ଡଙ୍ଗା ଓଲଟି ୨୨ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । ମୃତକଙ୍କ ମଧ୍ୟରେ ଅଧିକାଂଶ ଛୋଟ ପିଲା ଏବଂ ମହିଳା ଅଛନ୍ତି । ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏହି ଦୁଃଖଦ ଘଟଣା ପାଇଁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ କେରଳ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ବ୍ୟକ୍ତ କରିଛନ୍ତି ।
ଗତକାଲି ସଂଧ୍ୟା ପ୍ରାୟ ୬ଟା ବେଳେ ୪୦ରୁ ଅଧିକ ପର୍ଯ୍ୟଟକଙ୍କୁ ନେଇ ନୌକା ବିହାର କରୁଥିବା ବେଳେ ଡଙ୍ଗାଟି ଭାରସାସ୍ୟ ହରାଇ ଓଲଟିପଡିଥିଲା । ବର୍ତ୍ତମାନ ମଧ୍ୟ ଅନେକ ଲୋକ ଚାପି ହୋଇରହିଥିବା ନେଇ ସୂଚନା ରହିଛି ।

ସେପଟେ ଘଟଣାସ୍ଥଳରେ ଏନଡିଆରଏଫ୍ ଟିମ୍, ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ବର୍ତ୍ତମାନ ପର୍ଯ୍ୟନ୍ତ ୨୨ ଜଣଙ୍କର ମୃତ ଦେହ ଉଦ୍ଧାର ହୋଇଛି । ମୃତକଙ୍କ ମଧ୍ୟରେ ଅଧିକ ଛୋଟ ପିଲା ଓ ମହିଳା ଥିବା ନେଇ ସୂଚନା ରହିଛି । ଅନ୍ୟପଟେ ଗୁରୁତର ଆହତ ହୋଇଥିବା ଯାତ୍ରୀଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳର ଏହି ଡଙ୍ଗା ବୁଡ଼ି ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।
Pained by the loss of lives due to the boat mishap in Malappuram, Kerala. Condolences to the bereaved families. An ex-gratia of Rs. 2 lakh from PMNRF would be provided to the next of kin of each deceased: PM @narendramodi
— PMO India (@PMOIndia) May 7, 2023
ଏହି ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀଙ୍କ ସମେତ କେରଳର ନିର୍ବାଚିତ ସାଂସଦମାନେ ଦୁଃଖ ପ୍ରକାଶ କରିଛନ୍ତି । ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ସାଂସଦ-ନେତାମାନେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧି, କେରଳ କ୍ରୀଡ଼ା ମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରମୁଖ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ସେମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି ।












Click it and Unblock the Notifications