Get Updates
Get notified of breaking news, exclusive insights, and must-see stories!

କେରଳରେ ବଡ ବାଣ ବିସ୍ପୋରଣ, ୧୫୦ ରୁ ଅଧିକ ଆହତ , ଦେଖନ୍ତୁ ଭିଡ଼ିଓ

ସୋମବାର ବିଳମ୍ବିତ ରାତିରେ କେରଳରେ ଥିବା ନୀଲେଶ୍ୱରାମ ନିକଟରେ ଏକ ମନ୍ଦିର ମହୋତ୍ସବରେ ଆତସବାଜି ଦୁର୍ଘଟଣାରେ 150 ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ଆହତମାନଙ୍କୁ କାସରଗୋଡ, କନ୍ନୁର ଏବଂ ମଙ୍ଗଲୁରୁର ବିଭିନ୍ନ ଡାକ୍ତରଖାନାକୁ ନିଆଯାଇଛି ବୋଲି ସେମାନେ କହିଛନ୍ତି।

ମନ୍ଦିର ନିକଟରେ ଆତସବାଜି ରହିଥିବା ସ୍ଥାନରେ ନିଆଁ ଲାଗିବା ପରେ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ମଧ୍ୟରାତ୍ରିରେ ଏହି ଦୁର୍ଘଟଣା ଘଟିଛି।

Kerala

କଲେକ୍ଟର ତଥା ଜିଲ୍ଲା ପୋଲିସ ମୁଖ୍ୟଙ୍କ ସମେତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।

ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ୧୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ କାସରାଗୋଡ, କନ୍ନୁର ଏବଂ ମାଙ୍ଗାଲୁରୁ ଡାକ୍ତରଖାନାରେ ଭ ର୍ତ୍ତି କରାଯାଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏବଂ ଜିଲ୍ଲା ପୋଲିସ ମୁଖ୍ୟଙ୍କ ସମେତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ପ୍ରଭାବିତ ଲୋକଙ୍କୁ ରିଲିଫ ଯୋଗାଇବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେପଟେ କେରଳ ପୁଲିସ ଏକ ଏଫଆଇଆର୍ ରୁଜୁ କରି ମାମଲାର ତଦନ୍ତ ଜାରି ରଖିଛି ।

କେରଳର କାସରାଗୋଡ ଜିଲ୍ଲାର ନୀଲେଶ୍ୱର ନିକଟସ୍ଥ ଏକ ମନ୍ଦିରରେ ଆତସବାଜି ସମୟରେ ଏଭଳି କିଛି ଦୁର୍ଘଟଣା ଘଟିଛି । ଆହତମାନଙ୍କୁ କାସରଗୋଡ, କନ୍ନୁର ଏବଂ ମାଙ୍ଗାଲୁରୁର ବିଭିନ୍ନ ଡାକ୍ତରଖାନାକୁ ନିଆଯାଇଛି ବୋଲି ସୂଚନା ମିଳିଛି ।

ସୂଚନା ଅନୁସାରେ ଅଞ୍ଜୁତମ୍ବାଲମ୍ ବିରାକାଭୁ ମନ୍ଦିରରେ ବାର୍ଷିକ କାଲିଆଟମ୍ ପର୍ବ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଜମିଥିଲା । ଏହି ସମୟରେ ଆତସବାଜି ମଧ୍ୟ କରାଯାଉଥିଲେ । ତେବେ ଆତସବାଜି ବେଳେ ସେଥିରୁ ନିଆଁ ଝୁଲ ଖସି ବାଣ ରଖାଯାଇଥିବା ଷ୍ଟୋରେଜ ଘର ପରେ ପଡିଥିଲା । ଫଳରେ ଏଥିରେ ନିଆଁ ଲାଗି ଭୟଙ୍କର ବିସ୍ଫୋରଣ ହୋଇଥିଲା । ଦେଖୁ ଦେଖୁ ଏହା ଚାରିଆଡେ ବ୍ୟାପି ଯାଇଥିଲା । ଲୋକେ ଭୟରେ ଏଣେତେଣେ ଦୌଡିବାକୁ ଲାଗିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+