ଆନ୍ଦୋଳନରେ ଡାକ୍ତର: ଗଲାଣି ୨୩ ଜୀବନ

Kolkata Rape and Murder Case: କୋଲକତା ଟ୍ରେନି ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଆନ୍ଦୋଳନ ଜାରି ରହିଛି । ଯେଉଁଥି ପାଇଁ ରାଜ୍ୟରେ ଅନେକ ଡାକ୍ତରଖାନା ପ୍ରଭାବିତ ହେଉଛି । ହସ୍ପିଟାଲରେ ୨୩ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଏନେଇ ସୁପ୍ରିମକୋର୍ଟରେ ଏକ ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇଛି ।

Kolkata Rape and Murder Case

ଆଜି ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଜର ହୋଇଥିବା ସିନିୟର ଆଡଭୋକେଟ୍ କପିଲ ସବିଲ୍ କହିଛନ୍ତି, ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଆଜି ବି ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିଛି । ଯେଉଁଥି ପାଇଁ ଡାକ୍ତରଖାନାରେ ଡାକ୍ତରଙ୍କ ଅଭାବ କାରଣରୁ ୨୩ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ଜାରି କରାଯାଇଛି ।

ସୂଚନାଥାଉ ଯେ, କୋଲକତା ଆର.ଜି. କର ମେଡିକାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ନିଜ ଆଡୁ ମାମଲା ରୁଜୁ କରି ଶୁଣାଣି କରୁଥିବାବେଳେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)କୁ ନୂଆ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ମୁଖ୍ୟ ବିଚାରପଚି ଜଷ୍ଟିସ୍ ଡିଓ୍ବାଇ ଚନ୍ଦ୍ରଚୂଡ଼ ଜଷ୍ଟିସ ଜେ.ବି ପାରଦିଓ୍ବାଲା ଏବଂ ଜଷ୍ଟିସ ମନୋଜ ମିଶ୍ରାଙ୍କ ୩ ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+