ଆସନ୍ତାକାଲି ସ୍କୁଲ-ଅଙ୍ଗନୱାଡି ଛୁଟି ଘୋଷଣା କଲେ ଜିଲାପାଳ, ଜାଣନ୍ତୁ କାହିଁକି?

କୋରାପୁଟ : ଶୁକ୍ରବାର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍କୁଲ୍ ଏବଂ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି କୋରାପୁଟ ଜିଲାପାଳ ଭି. କର୍ତ୍ତୀଭାସନ। ଏହା ସହିତ ବର୍ଷା ବେଳେ ଘରୁ ନବାହାରିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ।ନିଜ ନିଜ ପକ୍କା ଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ ସେ ଲୋକଙ୍କୁ କହିଛନ୍ତି।

ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ସେପ୍ଟେମ୍ବର ୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ । ଅନ୍ୟପଟେ ଆସନ୍ତାକାଲି ପାଇଁ ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l

schools and anganwadi centres to remain closed tomorrow in koraput

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୩୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ସହିତ ଭୀଷଣ ବର୍ଷା ହୋଇପାରେ। ଏହି ସମୟରେ ବିଜୁଳି, ଘଡ଼ଘଡ଼ି ହେବାର ମଧ୍ୟ ସମ୍ଭାବନା ରହିଛି। ସେଥିପାଇଁ ଏହି ତିନି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ହେବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେଣୁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+