କୋରାପୁଟ ପିକ୍ ଅପ୍ ଭ୍ୟାନ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅର୍ଥ ରାଶି ପ୍ରଧାନମନ୍ତ୍ରୀ ନ୍ୟାସନାଲ୍ ରିଲିଫ୍ ଫଣ୍ଡରୁ ପ୍ରଦାନ କରାଯିବ ।

ନୂଆଦିଲ୍ଲୀ: କୋରାପୁଟ ଜୟପୁର ସ୍ଥିତ କୋଟପାଡ଼ ଥାନା ଏନଏଚ୍-୩୨୬ର ସିନ୍ଧି ଗାଁ ମୂର୍ତ୍ତାହାଣ୍ଡିଠାରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଗତକାଲି ୯ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅର୍ଥ ରାଶି ପ୍ରଧାନମନ୍ତ୍ରୀ ନ୍ୟାସନାଲ୍ ରିଲିଫ୍ ଫଣ୍ଡରୁ ପ୍ରଦାନ କରାଯିବ ।

Prime Minister

ଏହାଛଡା ପ୍ରଧାନମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ପ୍ରଦାନ ଲାଗି ଘୋଷଣା କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରାଯାଇଛି ।

ଉଲ୍ଲେଖଯୋଗ୍ୟ, କୋରାପୁଟରେ ରବିବାର ଦିନ ଭାରସାମ୍ୟ ହରାଇ ଓଲଟି ପଡିଥିଲା ଏକ ପିକ୍ ଅପ୍ ଭ୍ୟାନ୍ । ଯେଉଁ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ବ୍ୟକ୍ତି ଗୁରୁତର ଆହତ ହୋଇଥିଲେ । ପ୍ରାୟ ୨୫ରୁ ୨୭ ଜଣ ଯାତ୍ରୀଙ୍କୁ ନେଇ ଛତିଶଗଡ଼ ଯାଉଥିଲା ଏହି ପିକ୍ଅପ୍ ଭ୍ୟାନ୍ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+