ଏହି କାରଣରୁ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବେନି ଲାଲକୃଷ୍ଣ ଆଡଭାନୀ
ଅଯୋଧ୍ୟା: ଆଜି ଅନ୍ତ ହେବ 500 ବର୍ଷର ଅପେକ୍ଷା । ବିରାଜମାନ ହେବେ ପ୍ରଭୁ ଶ୍ରୀ ରାମଲାଲା । ଏଥିଲାଗି ଉତ୍ସବମୁଖର ହୋଇ ଉଠିଛି ସାରା ଦେଶ । ରାମଧୁନରେ କମ୍ପି ଉଠୁଛି ଅଯୋଧ୍ୟା ସମେତ ଅନ୍ୟ ସହର । ହଜାର ହଜାର ସାଧୁ, ସନ୍ଥ ଓ ଭକ୍ତଙ୍କ ସୁଅ ଛୁଟୁଛି ଅଯୋଧ୍ୟାକୁ । ବହୁ ବିଶିଷ୍ଠ ବ୍ୟକ୍ତି ଏହି ଭବ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ ।

ହେଲେ ବର୍ତ୍ତମାନ ଖବର ରହିଛି ଯେ, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବେନି ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ । ଥଣ୍ତା ଓ ଖରାପ ପାଗ ଯୋଗୁଁ ତାଙ୍କ ଅଯୋଧ୍ୟା ଗସ୍ତକୁ ରଦ୍ଧ କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି । ତେବେ ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ ବର୍ତ୍ତମାନ ଅଡଭାନୀଙ୍କୁ 96 ବର୍ଷ ବୟସ ।
ସୂଚନାଥାଉ ଯେ, ଆଜି ମଧ୍ୟାହ୍ନ 12 ଟା 15 ରୁ 12ଟା 45 ମଧ୍ୟରେ ହେବ ପ୍ରାଣ ପ୍ରତିଷ୍ଠା ଉତ୍ସବ । ମାତ୍ର 84 ସେକେଣ୍ଡ ରହିବ ଅଭିଜିତ ମୁହୂର୍ତ୍ତ । ତେଣୁ ଏହି ଦୁର୍ଲଭ ମୁହୂର୍ତ୍ତ ଅର୍ଥାତ 12 ଟା 29 ମିନିଟ୍ 8 ସେକେଣ୍ଡରୁ 12 ଟା 30 ମିନିଟ୍ 32 ସେକେଣ୍ଡ ଭିତରେ ରାମ ଲଲାଙ୍କ ପ୍ରାଣପ୍ରତିଷ୍ଠା କରାଯିବ ।
ଗତ 16 ତାରିଖରୁ ବିଭିନ୍ନ ଧାର୍ମିକ କାର୍ଯ୍ୟ ଆରମ୍ଭ ହୋଇଛି । ନିରାପତ୍ତା ଦୃଷ୍ଟିରୁ ସାରା ଅଯୋଧ୍ୟାରେ ପୋଲିସ ଓ ବିଭିନ୍ନ ବାହିନୀ ମୁତୟନ ହୋଇଛନ୍ତି । ଉତ୍ସବକୁ ନେଇ ଅଯୋଧ୍ୟାରେ 13 ହଜାର ନିରାପତ୍ତା ରକ୍ଷୀଙ୍କୁ ମୁତୟନ କରାଯାଇଛି । ବିଭିନ୍ନ ସ୍ଥାନରେ ଆଣ୍ଟିବମ୍ବ ଓ ଡଗସ୍କ୍ୱାଡ ମୁତୟନ ହୋଇଛନ୍ତି । ଏନଡିଆରଏଫ ବି ମୁତୟନ ହୋଇଛନ୍ତି ।
ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରାୟ 7 ହଜାର ସାଧୁସନ୍ଥ, ପ୍ରତିଷ୍ଠିତ ବ୍ୟକ୍ତି ଓ ଶ୍ରଦ୍ଧାଳୁଙ୍କୁ ଉଦବୋଧନ ଦେବାର ରହିଛି କାର୍ଯ୍ୟକ୍ରମ । ମହୀଶୂରର ସ୍ଥପତି ଅରୁଣ ଯୋଗୀରାଜ 51 ଇଞ୍ଚର ରାମ ଲାଲା ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି
-
ଭାରତ କିଣିବ ଋଷ ତେଲ, ଏମିତି କହିଲା ଆମେରିକା -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ..... -
ମୁଖ୍ୟମନ୍ତ୍ରୀ ହେବେ ନୀତିଶଙ୍କ ପୁଅ, ଦାବି କଲେ JDU ବିଧାୟକ











Click it and Unblock the Notifications