ନରେନ୍ଦ୍ର ମୋଦି ଷ୍ଟାଡିୟମରେ “କ୍ରାୟୋ ଫର୍ ଗୁଡ୍” ର ଶୁଭାରମ୍ଭ

ନୂଆଦିଲ୍ଲୀ : ଗୁଜୁରାଟର ଅହମ୍ମଦବାଦରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପୁଅ ଓ ଝିଅଙ୍କ ମଧ୍ୟରେ ଲିଙ୍ଗଗତ ସମାନତା ଉପରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ "କ୍ରାୟୋ ଫର୍ ଗୁଡ୍(Criiio 4 Good)" ଅଭିଯାନର ଶୁଭାରମ୍ଭ ହୋଇଛି । ଏହି ଅଭିଯାନ କ୍ରୀଡାର ଶକ୍ତି ଏବଂ କ୍ରିକେଟର ଲୋକପ୍ରିୟତା ମାଧ୍ୟମରେ ଶିଶୁ କନ୍ୟାଙ୍କୁ ମାନଙ୍କୁ ସଶକ୍ତ କରିବା ସହ ଲିଙ୍ଗଗତ ସମାନତା ଉପରେ ସଚେତନତା ସୃଷ୍ଟି କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଆଇସିସି, ବିସିସିଆଇ, ୟୁନିସେଫ ଏବଂ ଶିକ୍ଷା ମନ୍ତ୍ରଣାଳୟର ମିଳିତ ଭାଗିଦାରୀରେ ଏହି ଅଭିଯାନର ଶୁଭାରମ୍ଭ ହୋଇଛି । ୮ଟି ସିରିଜ୍ ବିଶିଷ୍ଟ କ୍ରିକେଟ୍ ଆଧାରିତ ଆନିମେସନ ଚଳଚ୍ଚିତ୍ର ମାଧ୍ୟରେ ଲିଙ୍ଗଗତ ସମାନତା ସମ୍ପର୍କରେ ସଚେତନତା ସୃଷ୍ଟି କରିବା, ଝିଅମାନଙ୍କୁ ଲାଇଫ ସ୍କିଲ୍ ସହ ଯୋଡିବା ଏବଂ କ୍ରୀଡାରେ ସେମାନଙ୍କର ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ । ଏହି ଅଭିନବ ଅଭିଯାନକୁ ପ୍ରଶଂସା କରିବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତର ଝିଅମାନେ ପୂର୍ବରୁ ଦେଶ ପାଇଁ ଗୌରବ ଆଣିଛନ୍ତି । ସାଇନା ନେହଓ୍ୱାଲ, ପିଭି ସିନ୍ଧୁ, ମେରି କମ୍, ଝୁଲଣ ଗୋସ୍ୱାମୀ, ମିତାଲି ରାଜ, ସ୍ମୃତି ମାନ୍ଧନାଙ୍କ ଭଳି ଝିଅ ଆମ ଦେଶର ଗୌରବ ବଢାଇଛନ୍ତି ।

Criiio_4-Good

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ମହିଳା ସଶକ୍ତିକରଣ ବିଶେଷ ଭାବରେ ଝିଅମାନଙ୍କ ସଶକ୍ତିକରଣ ଜାତୀୟ ଶିକ୍ଷା ନୀତିର ମୂଳ ଆଧାର । ଆଜିର ପଦକ୍ଷେପ ନେତୃତ୍ୱ, ସମସ୍ୟାର ସମାଧାନର ସୂତ୍ର ବାହାର କରିବା, ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଜାଗ୍ରତ କରିବା, ନିଷ୍ପତି ନେବାର ସାମର୍ଥ୍ୟ, ବୁଝାମଣା, ସମବେଦନା, ଟିମ୍ ଓ୍ୱାର୍କ ଏବଂ ଲକ୍ଷ୍ୟ ସ୍ଥିର କରିବା ଭଳି ଆବଶ୍ୟକୀୟ ଲାଇଫ୍ ସ୍କିଲ୍ ଉପରେ ଗୁରୁତ୍ୱ ଦେବ । ଖେଳ ଆମ ସମସ୍ତଙ୍କ ଜୀବନରେ ମହତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛି । ଶିକ୍ଷା ମନ୍ତ୍ରଣାଳୟ ଏହି ମଡ୍ୟୁଲ ଗୁଡିକୁ ଦେଶରେ ଥିବା ୧.୫ ମିଲିୟନ ସ୍କୁଲକୁ ଦୀକ୍ଷା ପ୍ଲାଟଫର୍ମ ମାଧ୍ୟମରେ ପ୍ରଦାନ କରିବ ।

ଆମ ଦେଶ ମହିଳା ସଶକ୍ତିକରଣକୁ ପାରମ୍ପରିକ ଭାବେ ପରିଚୟ ଦେଇଆସିଛି । ଚନ୍ଦ୍ରାୟାନ-୩ ଅଭିଯାନରେ ଶତାଧିକ ମହିଳା ବୈଜ୍ଞାନିକଙ୍କ ଯୋଗଦାନ ରହିଛି । ନିକଟରେ ପ୍ରଧାନମନ୍ତ୍ରୀ ନାରୀ ଶକ୍ତି ବନ୍ଦନ ଅଧିନିୟମ ଗୃହରେ ଉପସ୍ଥାପନ କରିବା ସହ ପାରିତ କରାଇଛନ୍ତି । ଦେଶ ଏବେ ମହିଳା ଆଧାରିତ ବିକାଶର ନେତୃତ୍ୱ ନେଉଛି ।

ଏହି କାର୍ଯ୍ୟକ୍ରମରେ ଭାରତୀୟ ମହିଳା କ୍ରିକେଟ ଦଳର ଉପ ଅଧିନାୟକ ସ୍ମୃତି ମାନ୍ଧନା, ବିସିଆଇର ସେକ୍ରେଟାରୀ ଜୟ ଶାହ ପ୍ରମୁଖ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+