Sanjay Singh Bail: ଆପ୍ ନେତା ସଞ୍ଜୟ ସିଂହଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନ
Sanjay Singh Bail: ଆମ୍ ଆଦମୀ ପାର୍ଟି ରାଜ୍ୟସଭା ସାଂସଦ ସଞ୍ଜୟ ସିଂହଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ସୁପ୍ରିମକୋର୍ଟ ମଙ୍ଗଳବାର ସଞ୍ଜୟ ସିଂହଙ୍କ ଜାମିନ ଆବେଦନ ଶୁଣାଣି ବେଳେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) କୁ ଅନେକ ପ୍ରଶ୍ନ ପଚାରିଥିଲେ। ସୁପ୍ରିମକୋର୍ଟ ଇଡିକୁ ପ୍ରଶ୍ନ କରିଥିଲେ, ସଞ୍ଜୟ ସିଂହ ୬ ମାସ ହେବ ଜେଲରେ ଅଛନ୍ତି ଏବଂ ତାଙ୍କଠାରୁ ଏପର୍ଯ୍ୟନ୍ତ କିଛି ଟଙ୍କା ମିଳିନାହିଁ । ତେବେ ଏବେ ଇଡି ତାଙ୍କୁ ଜେଲରେ ରଖିବା ପାଇଁ ଚାହୁଁଛି କି ? ତାଙ୍କୁ ଜେଲରେ ରଖିବା କାହିଁକି ଆବଶ୍ୟକ ରହିଛି ।

ସୂଚନା ଅନୁସାରେ, ଦିଲ୍ଲା ମଦ ଦୁର୍ନୀତି ମାମଲାରେ ଗତ ବର୍ଷ ଅକ୍ଟୋବର ମାସରେ ଆପ୍ ସାଂସଦ ସଞ୍ଜୟ ସିଂହ ଗିରଫ ହୋଇଥିଲେ । ଆଜି ଆବଶ୍ୟକ ସର୍ତ୍ତାବଳୀ ସହିତ ତଳ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିବେ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ସେହିପରି ସୁପ୍ରିମକୋର୍ଟରେ ତାଙ୍କ ଜାମିନ ଆବେଦନର ଶୁଣାଣି ବେଳେ ଇଡି ପକ୍ଷରୁ କୌଣସି ପ୍ରତିବାଦ କରାଯାଇ ନଥିଲା ।
ଅନ୍ୟପଟେ ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କ ଗିରଫ ପରେ ଦଳକୁ ଝଟକା ଲାଗିଥିଲା, ହେଲେ ଏବେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଦଳର ବରିଷ୍ଠ ନେତା ସଞ୍ଜୟ ସିଂହଙ୍କୁ ଜାମିନ୍ ମିଳିବା ଦଳର ମନୋବଳ ନିଶ୍ଚୟ ବଢିଥିବ ବୋଲି ଚର୍ଚ୍ଚା ହେଉଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications