ପ୍ରଥମ ଥର ପାଇଁ ଭୋଟ ଦେବେ ୧ କୋଟି ୮୨ ଲକ୍ଷ ନୂଆ ଭୋଟର, ୮୫ ବର୍ଷରୁ ଅଧିକ ବୟସ୍କଙ୍କୁ ଘରୁ ଭୋଟ୍
ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରୁଛନ୍ତି ନିର୍ବାଚନ କମିଶନ । ଲୋକସଭା ଏବଂ ଓଡ଼ିଶା ବିଧାନସଭା ପାଇଁ ହେଉଛି ତାରିଖ ଘୋଷଣା ହେବ ।
ଚଳିତ ବର୍ଷ ପ୍ରଥମ ଥର ପାଇଁ ଭୋଟ ଦେବେ ୧ କୋଟି ୮୨ ଲକ୍ଷ ନୂଆ ଭୋଟର ଭୋଟ ଦେବେ । ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି । ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ । ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର ରହିଛି ।

ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ସିଇସି ରାଜୀବ କୁମାର । ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି ।
୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍। ଭୋଟ ଗ୍ରହଣ ପାଇଁ ଦେଢ଼ କୋଟି ପୋଲିଂ ଅଫିସର ରହିଛନ୍ତି । ଭୋଟ ଗ୍ରହଣ ପାଇଁ ୫୫ ଲକ୍ଷ ଇଭିଏମ୍ ପ୍ରସ୍ତୁତ ରହିଛି ।
ସେହିପରି ୮୫ ବର୍ଷରୁ ଅଧିକ ବୟସ ବର୍ଗଙ୍କ ପାଇଁ ସ୍ବତନ୍ତ୍ର ସୁବିଧା ରହିଛି ।
ଘରେ ରହି ଭୋଟ୍ ଦେଇପାରିବେ ବୟସ୍କ ଭୋଟର । ଘରେ ଫର୍ମ ପହଞ୍ଚାଇ ଦିଆଯିବ, ପରେ ସଂଗ୍ରହ କରାଯିବ ।












Click it and Unblock the Notifications