ଲୋକସଭା ନିର୍ବାଚନ: ଷଷ୍ଠ ପର୍ଯ୍ୟାୟ ପାଇଁ ଭୋଟ୍ ଦେଉଛି ଭାରତ; ଓଡ଼ିଶାରେ ୬ ଆସନ ସମେତ ୫୮ ଆସନରେ ଚାଲିଛି ଭୋଟିଂ
ଭୋଟ୍ ଦେଉଛି ଭାରତ। ଆଜି ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ । ଷଷ୍ଠ ପର୍ଯ୍ୟାୟରେ ବିହାରର ୮ ଲୋକସଭା ଆସନ ସମେତ ହରିୟାଣାର ସମସ୍ତ ୧୦ଟି ଆସନ, ଜମ୍ମୁ ଓ କଶ୍ମୀରର ଗୋଟିଏ, ଝାଡ଼ଖଣ୍ଡର ୪, ଦିଲ୍ଲୀର ସମସ୍ତ ୭, ଓଡ଼ିଶାର ୬, ଉତ୍ତର ପ୍ରଦେଶର ୧୪ ଏବଂ ପଶ୍ଚିମବଙ୍ଗର ୮ଟି ଆସନ ଲାଗି ମତଦାନ ଜାରି ରହିଛି ।
୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ମତଦାନ ଚାଲିଛି। ମୋଟ୍ ୫୮ଟି ଲୋକସଭା ଆସନ ଲାଗି ଭୋଟର ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର୍। ଭୋଟିଂ ପ୍ରକ୍ରିୟା ସନ୍ଧ୍ୟା ୬ଟା ଯାଏ ଚାଲିବ।
ଏହି ପର୍ଯ୍ୟାୟରେ ମୋଟ୍୧୧.୧୩ କୋଟି ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରୁଛନ୍ତି। ମତଦାତାଙ୍କ ମଧ୍ୟରୁ ୫.୮୪ କୋଟି ପୁରୁଷ, ୫.୨୯ କୋଟି ମହିଳା ଏବଂ ୫,୧୨୦ ଜଣ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି।ଏହି ପର୍ଯ୍ୟାୟରେ ମୋଟ୍ ୮୮୯ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ।

ଏହି ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରମୁଖ ପ୍ରାର୍ଥୀମାନଙ୍କ ମଧ୍ୟରେ ଅଛନ୍ତି ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ରାଧାମୋହନ ସିଂ, ହର୍ଷବର୍ଦ୍ଧନ, ମାନେକା ଗାନ୍ଧି, ନରେନ୍ଦ୍ର ସିଂହ ତୋମାର, କ୍ରିଷନ୍ ପାଲ୍ ଗୁର୍ଜର୍ ଏବଂ ରାଓ ଇନ୍ଦର୍ଜିତ୍ ସିଂ।
ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଅଧିକ ମାତ୍ରାରେ ଭୋଟ ଦେବା ପାଇଁ ଅପିଲ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ଟ୍ବିଟ କରି କହିଛନ୍ତି, "୨୦୨୪ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ସମସ୍ତ ଭୋଟରଙ୍କୁ ଅଧିକ ସଂଖ୍ୟାରେ ଭୋଟ୍ ଦେବା ପାଇଁ ମୁଁ ଅନୁରୋଧ କରୁଛି। ପ୍ରତ୍ୟେକ ଭୋଟ୍ ଗୁରୁତ୍ୱପୂର୍ଣ୍ଣ, ଆପଣଙ୍କ ଭୋଟ୍ ମଧ୍ୟ ! ଗଣତନ୍ତ୍ର ସେତେବେଳେ ସୁଦୃଢ଼ ହୁଏ ଯେତେବେଳେ ଲୋକମାନେ ନିର୍ବାଚନ ପ୍ରକ୍ରିୟାରେ ସକ୍ରିୟ ଭାବରେ ସାମିଲ ହୁଅନ୍ତି । ମୁଁ ବିଶେଷ କରି ମହିଳା ଓ ଯୁବ ଭୋଟରଙ୍କୁ ଅଧିକ ସଂଖ୍ୟାରେ ଭୋଟ୍ ଦେବାକୁ ଅନୁରୋଧ କରୁଛି।"












Click it and Unblock the Notifications