ଲୋକସଭା ନିର୍ବାଚନ: ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ, ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ଚାଲିଛି ଭୋଟିଂ

ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି । ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ଆଜି ମତଦାନ ଆରମ୍ଭ ହୋଇଛି । ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ଚାଲିଛି। ଆନ୍ଧ୍ର ଓ ତେଲଙ୍ଗାନାର ସମସ୍ତ ଆସନରେ ମତଦାନ ସାବ୍ୟସ୍ତ କରୁଛନ୍ତି ଭୋଟର।

୯ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଂଚଳରେ ୯୬ ଟି ଆସନ ପାଇଁ ମତଦାନ ହେବ । ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି । ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଉତରପ୍ରଦେଶ, ପଶ୍ଚିମବଙ୍ଗ, ତେଲେଙ୍ଗାନା, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଝାଡଖଣ୍ଡ, ଜାମ୍ମୁ କାଶ୍ମୀରରେ ମତଦାନ ହେବ ।

lok sabha election

ଆନ୍ଧ୍ରପ୍ରଦେଶରେ ସର୍ବାଧିକ ୨୫ଟି ଆସନରେ ଭୋଟିଂ ହେବାକୁ ଥିବା ବେଳେ ତେଲେଙ୍ଗାନରେ ୧୭, ଉତରପ୍ରଦେଶରେ ୧୩, ମହାରାଷ୍ଟ୍ରରେ ୧୧, ପଶ୍ଚିମବଙ୍ଗରେ ୯, ମଧ୍ୟପ୍ରଦେଶରେ ୮, ବିହାରରେ ୫, ଝାଡଖଣ୍ଡ ଏବଂ ଓଡ଼ିଶାରେ ୪ ଟି ଲେଖାଏଁ ଆସନ ଏବଂ ଜାମ୍ମୁ କାଶ୍ମୀରର ଗୋଟଏ ଆସନ ପାଇଁ ମତଦାନ ହେବ । ଏହି ପର୍ଯ୍ୟାୟରେ ଅଖିଳେଶ ଯାଦବ, ମହୁଆ ମୈତ୍ର, ଶତ୍ରୁଘ୍ନ ସିହ୍ନାଙ୍କ ଭଳି ନେତାଙ୍କ ଭାଗ୍ୟ ନିର୍ଧାରଣ ହେବ । ଏପ୍ରିଲ ୧୯ରୁ ଏପର୍ଯ୍ୟନ୍ତ ତିନିଟି ପର୍ଯ୍ୟାୟରେ ମୋଟ ୨୮୫ ଆସନରେ ମତଦାନ ହୋଇସାରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+