Get Updates
Get notified of breaking news, exclusive insights, and must-see stories!

Parliament Session 2024: ଆରମ୍ଭ ହେଲା ଲୋକସଭା ଅଧିବେଶ, ସାଂସଦ ଭାବେ ଶପଥ ଗ୍ରହଣ କଲେ ମୋଦି

ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ରାଷ୍ଟ୍ରପତି ଭବନରେ କମାଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍‌ପିଙ୍କୁ ଆଜି ଶପଥ ପାଠ କରାଇବାର କାର୍ଯ୍ୟକ୍ରମ ରହିଥିବା ବେଳେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପରେ ପରେ ରାଜନାଥ ସିଂହ ଏବଂ ନୀତିନ୍‌ ଗଡ଼କାରୀ ଶପଥ ଗ୍ରହଣ କରିଛନ୍ତି ।

Narendra Modi

ଅଧିବେଶନ ଆରମ୍ଭରେ ପ୍ରଧାନମନ୍ତ୍ରୀ ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ଆଜି ହେଉଛି ଗୌରବର ଦିନ। ସ୍ବାଧୀନତା ପରେ ପ୍ରଥମ ଥର ପାଇଁ ନୂତନ ସଂସଦରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେଉଛି। ଏହି ମହାନ ଦିନରେ ମୁଁ ସମସ୍ତ ନୂତନ ନିର୍ବାଚିତ ଏମ୍‌ପିମାନଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ସମସ୍ତଙ୍କର ଶୁଭକାମନା କରୁଛି।

ତୃତୀୟ ପାଳିର ପ୍ରଥମ ଅଧିବେଶନ ଆରମ୍ଭ ପୂର୍ବରୁ ସାଂସଦ ତଥା ଦେଶବାସୀଙ୍କ ପ୍ରତି ଅଭିଭାଷଣ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ କହିଛନ୍ତି, ' ବିକଶିତ ଭାରତର ଲକ୍ଷ୍ୟର ସଙ୍କଳ୍ପ ନେଇ ଆଜି ୧୮ ତମ ଲୋକସଭାର ପ୍ରାରମ୍ଭ ହେଉଛି । ଚଳିତ ନିର୍ବାଚନ ବିଶ୍ୱର ସବୁଠୁ ବଡ଼ ନିର୍ବାଚନ, ସାନଦାର ଭାବେ ଗୌରବମୟ ଭାବେ ସମ୍ପନ୍ନ ହୋଇଛି । ଏହା ୧୪୦ କୋଟି ଦେଶବାସୀଙ୍କ ପାଇଁ ଗର୍ବର କଥା । ଏଥିରେ ୬୫ କୋଟିରୁ ଅଧିକ ଭୋଟର ଭାଗ ନେଇଛନ୍ତି।

'ଏହି ନିର୍ବାଚନ ଏଥିପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ କାରଣ, ସ୍ୱାଧୀନତା ପରେ ଦ୍ୱିତୀୟ ଥର କୌଣସି ସରକାରଙ୍କୁ ଲଗାତାର ତୃତୀୟ ଥର ସେବା କରିବାକୁ ଜନତା ସୁଯୋଗ ଦେଇଛନ୍ତି । ଏହି ସୁଯୋଗ ୬୦ ବର୍ଷ ପରେ ଆସିଛି । ଏହା ସାରା ବିଶ୍ୱରେ ଦେଶ ପାଇଁ ଗୌରବର କଥା । ଯେବେ ଦେଶର ଜନତା ତୃତୀୟ ଥର ପାଇଁ ଏହି ସରକାର ଉପରେ ଆସ୍ଥା ପ୍ରକଟ କରିଛନ୍ତି ଏହାର ଅର୍ଥ ସରକାରଙ୍କ ସମର୍ପଣ ଭାବ, ନୀତି , ନିୟତି ଉପରେ ଲୋକେ ମୋହର ଲଗାଇଛନ୍ତି' ଏଥିପାଇଁ ମୋଦୀ ଦେଶବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+