ପଞ୍ଚଭୂତରେ ବିଲୀନ ହେଲେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର, ମୁଖାଗ୍ନି ଦେଲେ ଦୁଇ ପୁଅ ପାର୍ଥ ଓ ଜୟ
ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର । ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷକୃତ୍ୟ ହୋଇଛି । ବାରାମତୀ ବିଦ୍ୟା ପ୍ରତିଷ୍ଠାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ । ଦୁଇ ପୁଅ ପାର୍ଥ ଜୟ ଦେଇଛନ୍ତି ମୁଖାଗ୍ନି । ସେପଟେ ଅଜିତ ଦାଦାଙ୍କୁ ହରାଇ ଝୁରୁଛନ୍ତି ପ୍ରଶଂସକ । ତେବେ ଏହି ଅବସରରେ ବାରାମତୀ ପାଲଟିଥିଲା ଜନ ସମୁଦ୍ର ।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ଉପସ୍ଥିତ ।କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି ନୀତିନ ନବୀନ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ୍ ଏବଂ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସମେତ ଅନେକ ବରିଷ୍ଠ ନେତା ଅନ୍ତିମ ସଂସ୍କାର ପାଇଁ ପହଞ୍ଚିଥିଲେ । ବୁଧବାର ସନ୍ଧ୍ୟାରେ ଅଜିତ ପାୱାରଙ୍କ ପାର୍ଥିବ ଶରୀରକୁ ପୁଣେ ଜିଲ୍ଲାର ବାରାମତୀର ଏକ ଶିକ୍ଷାନୁଷ୍ଠାନକୁ ଅଣାଯାଇଥିଲା । NCP କର୍ମୀଙ୍କ ସହିତ ବହୁ ସଂଖ୍ୟକ ସ୍ଥାନୀୟ ବାସିନ୍ଦା ସେଠାରେ ଏକତ୍ରିତ ହୋଇ ଦିବଂଗତ ନେତାଙ୍କ ସମ୍ମାନରେ ସ୍ଲୋଗାନ ଦେଇଥିଲେ ।
ବୁଧବାର, ଜାନୁଆରୀ ୨୮ ତାରିଖରେ ମହାରାଷ୍ଟ୍ରର ବାରାମତିରେ ବିମାନ ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ହଠାତ୍ ମୃତ୍ୟୁ ହୋଇଥିଲା । ବିମାନଟି ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା, ଯେଉଁଥିରେ ଅଜିତ ପାୱାର, ପାଇଲଟ୍ କ୍ୟାପ୍ଟେନ୍ ସୁମିତ କପୁର, ସହ-ପାଇଲଟ୍ ଶାମ୍ଭବୀ ପାଠକ, ବିମାନ ପରିଚାରିକା ପିଙ୍କି ମାଲି ଏବଂ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ ବିଦୀପ ଜାଧବଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣା ସାରା ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା ।
ମହାରାଷ୍ଟ୍ର ସରକାର ତିନି ଦିନିଆ ରାଜ୍ୟ ଶୋକ ଘୋଷଣା କରିଛି । ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଥିବା AAIB ଦୁର୍ଘଟଣାର ତଦନ୍ତ କରୁଛି । ପୁଲିସ ଏକ ଦୁର୍ଘଟଣାଜନିତ ମୃତ୍ୟୁ ରିପୋର୍ଟ (ADR) ମଧ୍ୟ ଦାଖଲ କରିଛି । ଜଣେ ଅଧିକାରୀ କହିଛନ୍ତି ଯେ, ଦୁର୍ଘଟଣାର କାରଣ ଜାଣିବା ପାଇଁ ବିମାନରୁ ଉଦ୍ଧାର ହୋଇଥିବା 'ବ୍ଲାକ୍ ବାକ୍ସ'ର ବିଶ୍ଳେଷଣ କରାଯିବ ।












Click it and Unblock the Notifications