Maharashtra, Jharkhand exit poll: ଆସିଲା ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ଏକଜିଟ୍ ପୋଲ୍ , କିଏ କରିବ ସରକାର ?
ମହାରାଷ୍ଟ୍ର ଓ ଝାରଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଶେଷ ହୋଇଛି। ଭୋଟ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ ପୋଲ ରେଜଲ୍ଟ ମଧ୍ୟ ସାମ୍ନାକୁ ଆସିଛି।
ବିଭିନ୍ନ ଏକଜିଟ ପୋଲର ଆକଳନ କହୁଛି ମହାରାଷ୍ଟ୍ରରେ ବିଜେପି ନେତୃତ୍ୱାଧୀନ ମହାୟୁତି ପୁଣି ସରକାର ଗଠନ କରିବ। ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୧୪୫। ଆସନ୍ତା ୨୩ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।
ମେଟ୍ରିଜ ଏକଜିଟ୍ ସର୍ଭେ ଅନୁଯାୟୀ ବିଜେପି ଝାଡ଼ଖଣ୍ଡରେ ଏକ ମିଳିତ ସରକାର ଗଠନ କରୁଥିବା ଦେଖାଯାଉଛି। ଏକଜିଟ୍ ସର୍ଭେ ଅନୁଯାୟୀ, ବିଜେପି ଗଠବନ୍ଧନ 42 ରୁ 47 ଟି ସିଟ୍ ପାଇବ ବୋଲି ଆଶା କରାଯାଉଛି।

ମାଟ୍ରିଜ କରିଥିବା ଏକଜିଟ ପୋଲରେ କୁହାଯାଇଛି ଯେ ବିଜେପି ମେଣ୍ଟ ମହାରାଷ୍ଟ୍ରରେ ୧୫୦-୧୭୦ଟି ଆସନ ଜିତିବ। ସେହିପରି କଂଗ୍ରେସ, ଉଦ୍ଧବ ଠାକରେଙ୍କ ଶିବସେନା ଓ ଶରଦ ପାୱାରଙ୍କ ଏନସିପି ମିଳିତ ଭାବେ ଗଠନ କରିଥିବା ମହା ବିକାଶ ଅଘାଡ଼ି ୧୧୦ରୁ ୧୩୦ ଓ ଅନ୍ୟାନ୍ୟ ଦଳ ୮ରୁ ୧୦ଟି ଆସନ ଜିତିବେ।
ଏହି ସଂସ୍ଥା ଆହୁରି କହିଛି ଯେ ମହାରାଷ୍ଟ୍ରରେ ବିଜେପି ଏକାକୀ ୮୯ରୁ ୧୦୧, କଂଗ୍ରେସ ୩୯ରୁ ୪୭, ଶିବସେନା ୩୭ରୁ ୪୫, ଏନସିପି(ଶରଦ ପାୱାର) ୩୫ରୁ ୪୩, ଶିବସେନା(ଉଦ୍ଧବ ଠାକରେ) ୨୧ରୁ ୨୯ ଓ ଏନସିପି(ଅଜିତ ପାୱାର) ୧୭ରୁ ୨୬ଟି ଆସନ ଜିତିବ।
ପି-ଏମଆରକ୍ୟୁ ଏକଜିଟ ପୋଲରେ କୁହାଯାଇଛି ଯେ ବିଜେପି ମେଣ୍ଟ ୧୩୭ରୁ ୧୫୭, ଏମଭିଏ ୧୨୬ରୁ ୧୪୬ ଓ ଅନ୍ୟାନ୍ୟ ଦଳ ୨ରୁ ୮ଟି ଆସନ ଜିତିବେ।
ପିପୁଲ୍ସ ପ୍ଲସ କହିଛି ମହାରାଷ୍ଟ୍ରରେ ବିଜେପି ମେଣ୍ଟ ୧୭୫ରୁ ୧୯୫, ଏମଭିଏ ୮୫ରୁ ୧୧୨ ଓ ଅନ୍ୟାନ୍ୟ ଦଳ ୭ରୁ ୧୨ଟି ଆସନ ପାଇବେ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications