MAHARASTRA ELECTION RESULTS 2024: ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ଆଗରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଶନିବାର ସକାଳୁ ମତଗଣନା ଚାଲିଛି। ସକାଳ ୮ଟାରୁ ଗଣତି କାର୍ଯ୍ୟ ଆରମ୍ଭ ହୋଇଛି। ପୋଷ୍ଟାଲ ବାଲଟ ଗଣତିରେ ମହାୟୁତି ମେଣ୍ଟ ଆଗରେ ରହିଛି।୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ପାଇଁ ଗତ ୨୦ ତାରିଖରେ ମତଦାନ ହୋଇଥିଲା। ସେଠାରେ ଶାସକ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟ ଏବଂ ବିରୋଧୀ ମହା ବିକାଶ ଅଘାଡ଼ି ମଧ୍ୟରେ ଜୋର୍ଦାର ଲଢ଼େଇ ହୋଇଥିଲା। ସେଠାରେ ମତଦାନ ହାର ୬୬.୦୫ ରହିଛି।

ଭାଜପା, ଶିବସେନା (ଏକନାଥ ଶିନ୍ଦେ ଗୋଷ୍ଠୀ) ଏବଂ ଅଜିତ ପାଓ୍ବାରଙ୍କ ଏନ୍ସିପିକୁ ନେଇ ଗଠିତ ମହାୟୁତି ମେଣ୍ଟକୁ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ମିଳିବ ବୋଲି ଅଧିକାଂଶ ଏକ୍ଜିଟ୍ ପୋଲ୍ (ବୁଥ୍ବାହୁଡ଼ା ଜନମତ ସର୍ଭେ) ରିପୋର୍ଟ ପ୍ରକାଶ ପାଇଛି। ଅନ୍ୟପକ୍ଷରେ କଂଗ୍ରେସ, ଶିବସେନା (ୟୁବିଟି) ଏବଂ ଏନ୍ସିପି(ଏସ୍ପି)କୁ ନେଇ ଗଠିତ ମହାବିକାଶ ଅଘାଡ଼ି କ୍ଷମତାକୁ ଫେରିବା ନେଇ ଆଶାବାଦୀ ରହିଛି।












Click it and Unblock the Notifications