ଡ଼ାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ତ: ୭ ମୃତ,ଅନେକ ଆହତ
Dindigul Hospital Fire: ତାମିଲନାଡୁର ଦିଣ୍ଡିଗୁଲର ଏକ ଘରୋଇ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ତରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିବା ନେଇ ସୂଚନା ରହିଛି । ମୃତକଙ୍କ ମଧ୍ୟରେ ଶିଶୁ ଏବଂ ମହିଳା ଅଛନ୍ତି। ଆହତଙ୍କ ମଧ୍ୟରୁ ତିନିଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ତୁରନ୍ତ ଅନ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ଗୁରୁବାର ରାତି ପ୍ରାୟ ୧୦ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ଭୟଙ୍କର ଅଗ୍ନିକାଣ୍ତ ବିଷୟରେ ସୂଚନା ପାଇବା ପରେ ଘଟଣାସ୍ଥଳରେ ତୁରନ୍ତ ଅଗ୍ନିଶମ ବାହିନୀ ଗାଡି ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଡାକ୍ତରଖାନା ଭିତରେ ଫସି ରହିଥିବା ପ୍ରାୟ ୧୦୦ ଜଣ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଅତି କମରେ ତିନିଟି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ସେହିପରି ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିଲା ୧୦ ଟି ସରକାରୀ ଏବଂ ୩୦ଟି ଘରୋଇ ଆମ୍ବୁଲାନ୍ସ । ଉଦ୍ଧାର ପରେ ସମସ୍ତ ଆହତଙ୍କୁ ତୁରନ୍ତ ଅନ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା ।












Click it and Unblock the Notifications