ଆତଙ୍କୀଙ୍କ ଉପରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ ; ମେ' ୭ରେ ସାରା ଦେଶରେ ବାଜିବ ସାଇରନ
ଆତଙ୍କୀଙ୍କ ଉପରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ । ଏଥିର ନିର୍ଣ୍ଣାୟକ ଲଢ଼େଇ ହେବ ବୋଲି କହିସାରିଛନ୍ତି ପ୍ରଧାନମନ୍ତ୍ରୀ । ଆଉ ଆରପାର ଲଢ଼େଇ ପାଇଁ ଚାଲିଛି ବଡ଼ ପ୍ରସ୍ତୁତି । ମେ' ୭ ତାରିଖରେ ବାଜିବ ସାଇରନ । ଯୁଦ୍ଧ ସମୟରେ ଯେପରି ସାଇରନ ବାଜିଥାଏ ଠିକ ସେହିପରି ଶବ୍ଦ ଶୁଣିବାକୁ ମିଳିବ । ସମସ୍ତ ରାଜ୍ୟକୁ ମକ ଡ୍ରିଲ କରିବାକୁ ନିର୍ଦ୍ଦେଶ ଦେଇଛି କେନ୍ଦ୍ର । ୧୦ ତାରିଖ ସୁଦ୍ଧା ପୂରା ଦେଶରେ ସରିବ ମକଡ୍ରିଲ୍ । ଏଥିରେ ସାଧାରଣ ଲୋକ ବି ସାମିଲ ହେବେ ।

ମେ ୭ ତାରିଖ ତଥା ବୁଧବାର ଦିନ ଏହି ମକଡ୍ରିଲ କରାଯିବ । ଯୁଦ୍ଧ ହେଲେ ସାଧାରଣ ଲୋକେ ସୁରକ୍ଷିତ ସ୍ଥାନକୁ କିଭଳି ଯିବେ । ଶତ୍ରୁ ଆକ୍ରମଣରୁ କିଭଳି ନିଜକୁ ସୁରକ୍ଷା କରିବେ ଏହାର ଯୋଜନା କରାଯିବା ସହ ଅଭ୍ୟାସ ବି କରାଯିବ । ଅଭ୍ୟାସ ସମୟରେ ରେଡ୍ ୱାର୍ଣ୍ଣିଙ୍ଗ ସାଇରନ ବାଜିବ। ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଛି ।
ସୂଚନା ଥାଉକି, ଗତ ୧୧ ଦିନ ଧରି LOCରେ ଗୁଳିବର୍ଷା କରୁଛି ପାକିସ୍ତାନ । ଯାହାର କଡ଼ା ଜବାବ ଦେଇଛି ଭାରତୀୟ ସେନା। ଏପ୍ରିଲ ୨୨ ତାରିଖରେ ଜମ୍ମୁ-କାଶ୍ମୀରର ପହଲଗାମ ହମଲା ପରେ ଏପରି ସ୍ଥିତି ଉପୁଜିଛି । ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣ ପରେ ଏହା କାଶ୍ମୀର ଘାଟିରେ ହୋଇଥିବା ସବୁଠାରୁ ଭୟଙ୍କର ଆକ୍ରମଣ। ଭାରତଠାରୁ ସମ୍ଭାବ୍ୟ ପ୍ରତିଶୋଧ ନେବା ଭୟରେ, ପାକିସ୍ତାନ ତାର ପ୍ରତିରକ୍ଷା ପ୍ରସ୍ତୁତିକୁ ତୀବ୍ର କରିଛି। ଏହା ସୀମାନ୍ତ ପୋଷ୍ଟଗୁଡ଼ିକୁ ସୁଦୃଢ଼ କରିଛି ଏବଂ କ୍ଷେପଣାସ୍ତ୍ର ପରୀକ୍ଷଣ ମଧ୍ୟ ଆରମ୍ଭ କରିଛି।












Click it and Unblock the Notifications