ଉତ୍ତରାଖଣ୍ଡର ଭୟଙ୍କର ସଡ଼କ ଦୁର୍ଘଟଣା:୩୦ ମୃତ, ଅନେକ ଆହତ
Uttarakhand Accident News: ଉତ୍ତରାଖଣ୍ଡର ଆଲମୋଡାରେ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି । ସୋମବାର ଗୌରାଖାଲରୁ ଏକ ବସ୍ ରାମନଗରରୁ ଯାଉଥିବା ସମୟରେ ମାର୍ଚ୍ଚୁଲା ନିକଟରେ ବସଟି ଏକ ଖାଇକୁ ଖସି ପଡିଥିଲା । ଯେଉଁଥିରେ ୩୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିବା ନେଇ ସୂଚନା ରହିଛି । ସ୍ଥାନୀୟ ପୋଲିସ ଏବଂ ପ୍ରଶାସନ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି ।

ଏଥିସହ SDRF ର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି । ଏହି ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଛନ୍ତି। ମୃତକଙ୍କ ସଂଖ୍ୟା ଆଗକୁ ଆହୁରି ବୃଦ୍ଧି ପାଇବାର ସମ୍ଭାବନା ରହିଛି ।
जनपद अल्मोड़ा के मार्चुला में हुई दुर्भाग्यपूर्ण बस दुर्घटना में यात्रियों के हताहत होने का अत्यंत दुःखद समाचार प्राप्त हुआ। जिला प्रशासन को तेजी के साथ राहत एवं बचाव अभियान चलाने के निर्देश दिए हैं।
घटनास्थल पर स्थानीय प्रशासन एवं SDRF की टीमें घायलों को निकालकर उपचार के लिए…
— Pushkar Singh Dhami (@pushkardhami) November 4, 2024
ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଟୁଇଟ୍ କରି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି ଏବଂ ଜିଲ୍ଲା ପ୍ରଶାସନକୁ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଆହତମାନଙ୍କୁ ତୁରନ୍ତ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିବା ପାଇଁ ଏବଂ ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ଏୟାର ଲିଫ୍ଟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ବସରେ 40 ରୁ 42 ଜଣ ଯାତ୍ରା କରୁଥିଲେ । ମୃତ୍ୟୁ ସଂଖ୍ୟା ଅଧିକ ହୋଇପାରେ। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ସଂଖ୍ୟା ସମ୍ପର୍କରେ ପରିସ୍ଥିତି ସ୍ପଷ୍ଟ ହୋଇନାହିଁ।












Click it and Unblock the Notifications