ଗୁଜୁରାଟରେ ବଡ ଧରଣର ସଡ଼କ ଦୁର୍ଘଟଣା, ୫ ମୃତ, ୩୦ ଆହତ

ଗୁଜରାଟର ଡାଙ୍ଗ ଜିଲ୍ଲାରେ ବଡ଼ ଦୁର୍ଘଟଣା । ସାପୁତାରା ହିଲ୍‌ ଷ୍ଟେସନ ନିକଟରେ ଭାରସାମ୍ୟ ହରାଇ ଖାଲକୁ ଖସିଲା ବସ୍‌ । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି । ୩୦ରୁ ଅଧିକ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

accident

ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନେ ମଧ୍ୟପ୍ରଦେଶର ବିଭିନ୍ନ ଜିଲ୍ଲାର ବୋଲି ଜଣାପଡ଼ିଛି। ଏହି ତୀର୍ଥଯାତ୍ରୀମାନେ ମହାରାଷ୍ଟ୍ରରୁ ଗୁଜରାଟର ଦ୍ୱାରକା ଅଭିମୁଖେ ଯାଉଥିଲେ । ରବିବାର ଭୋର ପ୍ରାୟ ୪ଟା ବେଳେ ଏହି ଦୁର୍ଘଟଣା ଘଟିଥିବା ବେଳେ ସ୍ଥାନୀୟ ଲୋକେ ତତ୍କାଳ ସହଯୋଗ କରିବାରୁ ଉଦ୍ଧାର ତ୍ବରାନ୍ବିତ ହୋଇଥିଲା ଏବଂ ଅନେକ ଜୀବନ ରକ୍ଷା ପାଇଯାଇଛି ।

ଡାଙ୍ଗ ଜିଲ୍ଲାର ସାପୁତାରା ହିଲ୍ ଷ୍ଟେସନ ନିକଟରେ କୌଣସି କାରଣରୁ ଡ୍ରାଇଭର ବସ୍ ଉପରୁ ନିୟନ୍ତ୍ରଣ ହରାଇବାରୁ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ୩ ଜଣ ପୁରୁଷ ଅଛନ୍ତି। ୪୮ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ବସ୍‌ଟି ମହାରାଷ୍ଟ୍ରର ତ୍ରିମ୍ବକେଶ୍ୱରରୁ ଗୁଜରାଟର ଦ୍ୱାରକା ଅଭିମୁଖେ ଯାଉଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+