Get Updates
Get notified of breaking news, exclusive insights, and must-see stories!

ଗାଁ ସମସ୍ୟାକୁ ନିଜ ସମସ୍ୟା ଭାବି ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରନ୍ତୁ: ମୁଖ୍ୟମନ୍ତ୍ରୀ

ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତିନିଧି

ଭୁବନେଶ୍ବର: ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତିନିଧିଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏଥର ମହିଳାମାନେ ବହୁ ସଂଖ୍ୟାରେ ବିଜୟୀ ହୋଇ ପଞ୍ଚାୟତର ମଙ୍ଗ ଧରିଛନ୍ତି । ଏହାଦ୍ବାରା ବିଜୁ ବାବୁଙ୍କ ମହିଳା ସଶକ୍ତିକରଣର ସ୍ବପ୍ନ ସାକାର ହୋଇଛି ।

bjd

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମର ଶାସନ ବ୍ୟବସ୍ଥା ଓ ବିକାଶ ଯୋଜନାରେ ପଞ୍ଚାୟତର ଗୁରୁତ୍ବ ବିଷୟରେ ଆପଣମାନେ ଭଲ ଭାବରେ ଜାଣନ୍ତି । ପଞ୍ଚାୟତ ହେଉଛି ସେବାର କେନ୍ଦ୍ର । ସାଧାରଣ ଲୋକଟିଏ ସରକାରୀ ଯୋଜନାରୁ ବଞ୍ଚିତ ନହୁଏ ସେଥିପ୍ରତି ଧ୍ୟାନ ଦେବା ନେଇ ପରାମର୍ଶ ଦେଇଛନ୍ତି । ମହିଳା, ଦରିଦ୍ର ଶ୍ରେଣୀର ଲୋକଙ୍କ ସୁରକ୍ଷା ପାଇଁ କହିବା ସହ ସେମାନଙ୍କ ସୁଖଦୁଃଖରେ ସାମିଲ ହେବାକୁ କହିଛନ୍ତି ।

bjd

୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟାଇମ, ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତା ଓ ରୂପାନ୍ତର। ୫-ଟି ମନ୍ତ୍ରକୁ ଗାଁର ବିକାଶରେ ବ୍ୟବହାର କରିବା ସହ ଜନତାଙ୍କ ବିଶ୍ବାସ ନଭାଙ୍ଗିବା ନେଇ କହିଛନ୍ତି ନବୀନ । ନିଜ କାମ ଦ୍ବାରା ନିଜ ଅଞ୍ଚଳରେ ବିକାଶର ଦୂତ ଭାବରେ ନିଜର ପରିଚୟ ସୃଷ୍ଟି କରିବା ପାଇଁ ପରାମର୍ଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ଏହି କାର୍ଯ୍ୟକ୍ରମରେ ୧ ଲକ୍ଷ ୬ ହଜାର ୩୫୨ ଜଣ ପଞ୍ଚାୟତ ପ୍ରତିନିଧି ଯୋଗ ଦେଇଛନ୍ତି । ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା ଯୋଗ ଦେଇ ରାଜ୍ୟର ବିକାଶରେ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ଭୂମିକା ସଂପର୍କରେ ଆଲୋକପାତ କରିଛନ୍ତି । ବିଭାଗ ପକ୍ଷରୁ ନିଆଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ପ୍ରତାପ ଜେନା ।

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ ଯେ, ବର୍ତ୍ତମାନ ଜିପିଏସ୍ ଟେକ୍ନୋଲୋଜି ଜରିଆରେ ପଞ୍ଚାୟତର ସବୁ ଭିତ୍ତିଭୂମିକୁ ମ୍ୟାପିଂ କରାଯାଇଛି । ଏହାଦ୍ବାରା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ସମାଧାନ ତୁରନ୍ତ ହୋଇପାରିବ। ପଞ୍ଚାୟତଗୁଡିକ ସରକାରଙ୍କ ଅଭିଯୋଗ ଶୁଣାଣୀ ବ୍ୟବସ୍ଥାର ପ୍ରଥମ ସୋପାନ ବୋଲି ମତବ୍ୟକ୍ତ କରି ଲୋକଙ୍କ ଅଭିଯୋଗ ଗୁଡିକୁ ପଞ୍ଚାୟତ ସ୍ତରରେ ସମାଧାନ କରିବାକୁ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ରାଜ୍ୟର ମହିଳା ଓ ଯୁବଶକ୍ତିକୁ ଆଗକୁ ଆଣି ପଞ୍ଚାୟତଗୁଡିକୁ ସଶକ୍ତ କରିବା ପାଇଁ ପଦକ୍ଷେପ ନେଇଛନ୍ତି । ସମସ୍ତେ ୫-ଟି ମନ୍ତ୍ରକୁ ଉପଯୋଗ କରି କାମ କଲେ, ରାଜ୍ୟରେ ରୂପାନ୍ତର ଆସିପାରିବ ବୋଲି କୃଷି ଓ କୃଷକ ସଶକ୍ତକରଣ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ।ମୁଖ୍ୟମନ୍ତ୍ରୀ ସମାଜସେବା କରିବା ପାଇଁ ମହିଳା ମାନଙ୍କୁ ସୁଯୋଗ ଦେଇଛନ୍ତି । ଓଡିଶାରେ ମହିଳାମାନେ ସଶକ୍ତ ହୋଇପାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶକୁ ନେଇ କାମ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ନିଜର ମତ ରଖିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+