ପାଞ୍ଚ ଦିନିଆ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀରେ ପହଁଞ୍ଚିଲେ ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିମନ୍ତ୍ରଣକ୍ରମେ ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ୫ ଦିନିଆ ସରକାରୀ ଗସ୍ତରେ ଆଜି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି । ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ । ଗସ୍ତ ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଭାରତ ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଉଚ୍ଚସ୍ତରୀୟ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି ।

ସନ୍ଧ୍ୟାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏହି ଗସ୍ତରେ ଆସିଥିବା ବରିଷ୍ଠ ଅଧିକାରୀମାନଙ୍କୁ ସାକ୍ଷାତା କରିବେ। ସୋମବାର ଦିନ ଶ୍ରୀ ମୁଇକୁଙ୍କୁ ରାଷ୍ଟ୍ରପତି ଭବନରେ ଆନୁଷ୍ଠାନିକ ଭାବେ ସ୍ୱାଗତ ସମ୍ବଦ୍ଧନା ଦିଆଯିବ । ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବା ପୂର୍ବରୁ ଶ୍ରୀ ମୁଇଜୁ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । ପରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।

Maldivian President Muizzu

ମାଳଦ୍ୱୀପ ରାଷ୍ଟ୍ରପତିଙ୍କ ସହିତ ସେଠାକାର ପ୍ରଥମ ମହିଳା ସାଜିଦା ମହମ୍ମଦ ଏବଂ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଙ୍ଗଳବାର ଦିନ ଆଗ୍ରା ଗସ୍ତ କରିବେ । ବ୍ୟବସାୟିକ କାର୍ଯ୍ୟ ପାଇଁ ସେ ମୁମ୍ବାଇ ଓ ବେଙ୍ଗାଲୁରୁ ମଧ୍ୟ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+