ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ଗ୍ରହଣ କରିପାରିବୁ ନାହିଁ, ଜାଣନ୍ତୁ କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ମିଳିଛି। ରାଜ୍ୟରେ ହୋଇଥିବା ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତିକୁ ରଦ୍ଦ କରିବା ଲାଗି କଲକାତା ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟଙ୍କ ରାୟ ବିରୋଧରେ ମମତା ବାନାର୍ଜୀ ସରକାର ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା। ସମ୍ପୂର୍ଣ୍ଣ ନିଯୁକ୍ତି ପ୍ରକ୍ରିୟା କଳୁଷିତ ଉପାୟରେ ହୋଇଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି। କର୍ମଚାରୀଙ୍କ ନିଯୁକ୍ତିକୁ ସୁପ୍ରିମକୋର୍ଟ ବେଆଇନ ଘୋଷଣା କରିବା ପରେ ରାଜନୀତି ସରଗରମ ହୋଇଛି।

Mamata Banerjee

ଏହାକୁ ନେଇ ବିଜେପି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରିଥିବା ବେଳେ ସିପିଏମ ତୁରନ୍ତ ଏସବୁ ପଦବୀ ପୂରଣ କରିବାକୁ କହିଛି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋର୍ଟଙ୍କ ଏହି ନିଷ୍ପତ୍ତିକୁ ନେଇ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ସେ ନ୍ୟାୟପାଳିକାକୁ ବହୁତ ସମ୍ମାନ କରନ୍ତି କିନ୍ତୁ ଏହି ନିଷ୍ପତ୍ତିକୁ ଗ୍ରହଣ କରିପାରିବେ ନାହିଁ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଯେ ସେ ଚାକିରି ହରାଇଥିବା ଲୋକଙ୍କୁ ଭେଟିବେ ଏବଂ ସେମାନଙ୍କୁ ଆଶା ନ ହରାଇବାକୁ ଅନୁରୋଧ କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+