ମାନର ଇଞ୍ଜିନ୍ ଫେଲ୍, ଦିଲ୍ଲୀରେ ଜରୁରୀ ଅବତରଣ; ୧୫୦ ଯାତ୍ରୀ ସୁରକ୍ଷିତ
୧୫୦ ଯାତ୍ରୀଙ୍କୁ ନେଇ ଯାଉଥିବା ସ୍ପାଇସଜେଟ୍ ବିମାନର ଜରୁରୀ ଅବତରଣ । ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି ସ୍ପାଇସଜେଟର ଏକ ବିମାନ । କୁହାଯାଉଛି ଯେ ବିମାନର ଇଞ୍ଜିନ୍ ଫେଲ୍ ହୋଇଯାଇଥିବା କାରଣରୁ ବିମାନଟି ଏମର୍ଜେନ୍ସି ଲ୍ୟାଣ୍ଡିଂ କରିଛି । ଏହା ଦିଲ୍ଲୀରୁ ଲେହ ଅଭିମୁଖେ ଉଡ଼ାଣ ଭରିଥିଲା । ହେଲେ ଉଡ଼ାଣ ଭରିବାର କିଛି ସମୟ ପରେ ବିମାନଟିକୁ ଫେରିବାକୁ ପଡ଼ିଥିଲା ।

ବିମାନ (SG121) ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରିଥିଲା । ଏହି ସମୟରେ କ୍ରୁ ଏକ ଇଞ୍ଜିନରେ ଯାନ୍ତ୍ରିକ ସମସ୍ୟା ଦେଖିବାକୁ ପାଇଥିଲେ । ସଙ୍ଗେ ସଙ୍ଗେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ, ପାଇଲଟମାନେ ବିମାନକୁ ଦିଲ୍ଲୀ ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଥିଲେ ।
ଅବତରଣକୁ ପ୍ରାଥମିକତା ଦେବା ଏବଂ ମେଡିକାଲ ଓ ଅଗ୍ନିଶମ ସେବାର ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ଦିଲ୍ଲୀ ବିମାନବନ୍ଦରରେ ଏମର୍ଜେନ୍ସି ଘୋଷଣା କରାଯାଇଥିଲା । ସ୍ପାଇସଜେଟ୍ ଇଞ୍ଜିନ ଫେଲ୍ ହେବାର କାରଣ ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସି ଅଫିସିଆଲ୍ ବିବୃତ୍ତି ଜାରି କରିନାହିଁ । ଏକ ମେଣ୍ଟେନାନ୍ସ ଦଳ ଦ୍ୱାରା ବିମାନଟିକୁ ଯାଞ୍ଚ କରାଯିବାର ଆଶା କରାଯାଉଛି ।
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ଅଯୋଧ୍ୟାରେ ଗୌତମ ଆଦାନୀଙ୍କ ଭକ୍ତି ଯାତ୍ରା, ଭାରତର ପରମ୍ପରାକୁ ଦେଲେ ନୂଆ ଗୌରବ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK




Click it and Unblock the Notifications