Get Updates
Get notified of breaking news, exclusive insights, and must-see stories!

ଉପମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମନୀଷ ସିସୋଦିଆ, ସ୍ୱାସ୍ଥ୍ୟମନ୍ତ୍ରୀ ପଦରୁ ସତିନ୍ଦ୍ର ଜୈନ୍

କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଦ୍ୱାରା ଗିରଫ ହୋଇଥିବା ଦିଲ୍ଲୀ ସରକାରର ଦୁଇ ମନ୍ତ୍ରୀ ମନୀଷ ସିସୋଦିଆ ଓ ସତ୍ୟେନ୍ଦ୍ର ଜୈନ ଆଜି ନିଜ ନିଜ ପଦରୁ ଇସ୍ତଫା ଦେଇଛନ୍ତି ।

Manish Sisodia

ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଦ୍ୱାରା ଗିରଫ ହୋଇଥିବା ଦିଲ୍ଲୀ ସରକାରର ଦୁଇ ମନ୍ତ୍ରୀ ମନୀଷ ସିସୋଦିଆ ଓ ସତ୍ୟେନ୍ଦ୍ର ଜୈନ ଆଜି ନିଜ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ସିସୋଦିଆର ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ସମେତ ଏକାଧିକ ବିଭାଗର ଦାୟିତ୍ୱରେ ଥିଲେ। ସେହିପରି ଜୈନ ସ୍ୱାସ୍ଥ୍ୟ ମନ୍ତ୍ରୀ ପଦରେ ରହିଥିଲେ ।

ସୂଚନା ମୁତାବକ ଏହି ଦୁଇଜଣ ମନ୍ତ୍ରୀଙ୍କ ଇସ୍ତଫା ପତ୍ରକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଞ୍ଜୁରୀ ଦେଇଛନ୍ତି । ମନୀଷ ଓ ସତ୍ୟେନ୍ଦ୍ର ଉଭୟ ଏବେ ଦୁର୍ନୀତି ମାମଲାରେ ବିଚାର ବିଭାଗୀୟ ହାଜତରେ ରହିଛନ୍ତି ।

ଗତବର୍ଷ ମେ' ମାସରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସତ୍ୟେନ୍ଦ୍ର ଜୈନଙ୍କୁ ମନି ଲଣ୍ଡିରିଂ ମାମଲାରେ ଗିରଫ କରିଥିଲା। ସେବେଠାରୁ ସେ ତିହାର ଜେଲରେ ରହିଛନ୍ତି । ସେହିପରି ସିସୋଦିଆଙ୍କୁ ରବିବାର ସିବିଆଇ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ କରିଥିଲା। ସିସୋଦିଆ ଉପ ମୁଖ୍ୟମନ୍ତ୍ରୀ ପଦ ସହ ୧୮ଟି ବିଭାଗର ଦାୟିତ୍ୱରେ ରହିଥିଲେ। ଏପରି କି ଜୈନ ଗିରଫ ହେବା ଦିନ ଠାରୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ସେ ତୁଲାଉଥିଲେ। ହେଲେ ଏବେ ଉଭୟ ନିଜ ନିଜ ପଦ ଛାଡ଼ିଛନ୍ତି ।

ସୂଚନା ଥାଉକି କିଛି ସମୟ ପୂର୍ବରୁ ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସୁପ୍ରିମକୋର୍ଟ ଏକ ଝଟକା ଦେଇଥିଲା । ତାଙ୍କ ଗିରଫକୁ ନେଇ ସେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ ବି ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି ଦିଲ୍ଲୀ ହାଇକୋର୍ଟ କରିବ ବୋଲି ସ୍ପଷ୍ଟ କରିଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+