ମୁଖ୍ୟମନ୍ତ୍ରୀଙ୍କ ନାଁରେ ଫେକ୍‌ ଆଇଡି, ସ୍ପଷ୍ଟୀକରଣ ଦେଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଙ୍କ ଅସଲି 'x' ହ୍ୟାଣ୍ଡେଲକୁ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ 'X' ଆକାଉଣ୍ଟ ଖୋଲି ଫେକ ନ୍ୟୁଜ ପୋଷ୍ଟ ହେଉଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି।

ଏଥିସହ ଫେକ ଏବଂ ପ୍ରକୃତ ଆଇଡିର ହୋମ ପେଜ ବିଭାଗ ପକ୍ଷରୁ ପୋଷ୍ଟ କରାଯାଇଛି । ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପୋଷ୍ଟ କରିଥିବା ପେଜରୁ ଦେଖିବାକୁ ମିଳିଛି ଦୁଇଟି(ଫେକ୍‌ ଓ ପ୍ରକୃତ)ର ମାଷ୍ଟହେଡ୍‌ ସମାନ ରହିଥିଲା ବେଳେ ଫେକ୍‌ ଆକାଉଣ୍ଟ @mohanmajhi_BJP ଲେଖାଯାଇଛି ।

ତେବେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ 'X' ଆକାଉଣ୍ଟ ହେଉଛି @MohanModisha। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଫେସ୍‌ବୁକ୍ ଆକାଉଣ୍ଟ https://facebook.com/MohanMOdisha ରହିଥିବା ବେଳେ Instagram https://instagram.com/mohanmodisha/ ରହିଛି।

fake social media accounts in name of cm mohan charan majhi

ସୂଚନାଯୋଗ୍ୟ, ଆଜି ଅପରାହ୍ନ ୪ଟା ୨୦ ମିନିଟରେ ମୁଖ୍ୟମନ୍ତ୍ରୀଙ୍କ ଫେକ୍‌ 'ଏକ୍ସ' ଆକାଉଣ୍ଟରେ ୫ଟି ଓ ମୋ ସରକାର ହଟାଗଲା ବୋଲି ଏକ ପୋଷ୍ଟ ଲେଖାଯାଇଥିଲା। ଏହି ପୋଷ୍ଟ ସାମାଜିକ ଗଣମାଧ୍ୟମରେ ଖୁବ୍‌ ଭାଇରାଲ ମଧ୍ୟ ହୋଇଥିଲା। ଟେଲିଭିଜନ ଓ ଡିଜିଟାଲ ଗଣମାଧ୍ୟମରେ ଖବର ପ୍ରସାରଣ ତଥା ପ୍ରକାଶ ପାଇଥିଲା ।

ଏହାକୁ ନେଇ ଚର୍ଚ୍ଚା ମଧ୍ୟ ହୋଇଥିଲଶ। ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଓଡ଼ିଶା ସରକାର ତତ୍ପରତା ଦେଖାଇଥିଲେ। ୫ଟି ଓ ମୋ ସରକାର ସମ୍ପର୍କିତ ଖବର ପ୍ରକାଶ ପାଇଥିବା 'ଏକ୍ସ' ଆକାଉଣ୍ଟଟି ମୁଖ୍ୟମନ୍ତ୍ରୀଙ୍କର ନୁହେଁ ବୋଲି ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସ୍ପଷ୍ଟ କରିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+