ଭାଙ୍ଗୁଛି ମାଓ ଗଡ, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ

ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଭିତରେ ପୁଣି ଏନକାଉଣ୍ଟର ହୋଇଛି । ସୁରକ୍ଷା କର୍ମୀଙ୍କ ଗୁଳିରେ ତିନି ଜଣ ମାଓବାଦୀ ପ୍ରାଣ ହରାଇଥିବା ଜଣାପଡିଛି । ଘଟଣା ସ୍ଥଳରୁ AK47 ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

Maoist

ଶୁକ୍ରବାର ମଧ୍ୟ ସେଠାରେ ଏନକାଣ୍ଟର ହୋଇଥିବା ବେଳେ ତେଲେଙ୍ଗାନାର ମୋଷ୍ଟ ୱାଣ୍ଟେଡ ମାଓ ନେତା ମାଲିରାପୁ ଆଡ଼ଲୁ ଓରଫ ଭାସ୍କର ପ୍ରାଣ ହରାଇଥିବା ନେଇ ସୁଚନା ଦେଇଥିଲେ ବସ୍ତର ଆଇଜି ସୁନ୍ଦରରାଜ ପି । ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଭିତରେ ଭାରି ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ନେଇ ଗୁଇନ୍ଦା ବିଭାଗକୁ ସୂଚନା ମିଳିଛି ।

ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ ମିଳିତ ଅପରେସନ ଜାରି ରହିଛି । ପୂର୍ବରୁ କେନ୍ଦ୍ରୀୟ କମିଟି ସଦସ୍ୟ ସୁଧାକର ପ୍ରାଣ ହରାଇଥିବା ବେଳେ ପୁଣି ଥରେ ଏଠାରେ ଅପରେସନ ଆରମ୍ଭ କରିଛନ୍ତି ସୁରକ୍ଷା କର୍ମୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+