୨ ଜଣ ପାରା ଶିକ୍ଷକଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

ଛତିଶଗଡ଼ରେ ମାଓବାଦୀମାନେ ପୁଣି ଏକ ବର୍ବର କାଣ୍ଡ ଘଟାଇଛନ୍ତି । ଦୁଇ ଜଣ ସରକାରୀ ଶିକ୍ଷକଙ୍କୁ ଅପହରଣ କରିବା ପରେ ନିର୍ମମ ଭାବେ ଗଳାକାଟି ହତ୍ୟା କରିଛନ୍ତି । ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଭୟ ଓ ଆତଙ୍କର ବାତାବରଣ ଖେଳିଯାଇଛି । ମୃତ ଶିକ୍ଷକ ଦୁଇଜଣ ହେଲେ ବୁଧରାମ କାଡିୟମ ଏବଂ ରାମଶଙ୍କର ଯାଦବ ।

Maoists

ସେମାନେ ରେମାୱଣ୍ଡ ଗାଁର ସରକାରୀ ସ୍କୁଲରେ ଶିକ୍ଷକତା କରୁଥିଲେ । ସୂଚନା ଅନୁଯାୟୀ, ଦୁହେଁ ସ୍କୁଲରୁ ଫେରୁଥିବା ବେଳେ ମାଓବାଦୀମାନେ ସେମାନଙ୍କୁ ଅପହରଣ କରି ନେଇଥିଲେ । ପରେ ଗାଁ ନିକଟରେ ଥିବା ଏକ ରାସ୍ତା କଡ଼ରୁ ସେମାନଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଥିଲା ।

ମାଓବାଦୀମାନେ ଘଟଣାସ୍ଥଳରେ ପୋଷ୍ଟର ଛାଡିଯାଇଛନ୍ତି, ଯେଉଁଥିରେ ସେମାନେ ଏହି ହତ୍ୟାକାଣ୍ଡ ପାଇଁ ନିଜକୁ ଦାୟୀ କରିଛନ୍ତି । ପୁଲିସ ଇନଫର୍ମର ସନ୍ଦେହରେ ଏହି ଦୁଇ ଶିକ୍ଷକଙ୍କୁ ହତ୍ୟା କରାଯାଇଥିବା ପୋଷ୍ଟରରେ ଉଲ୍ଲେଖ ରହିଛି । ଏହି ଘଟଣା ପରେ ପୁଲିସ ଏବଂ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି । ଦୁର୍ଗମ ଅଞ୍ଚଳରେ କାର୍ଯ୍ୟ କରୁଥିବା ସରକାରୀ କର୍ମଚାରୀଙ୍କ ମଧ୍ୟରେ ଏହି ଘଟଣାକୁ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+