ଅକ୍ସିଜେନ୍ ସିଲିଣ୍ଡର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, 2ମୃତ
ପଞ୍ଜାବର ମୋହାଲୀ ଜିଲ୍ଲାରେ ଅକ୍ସିଜେନ୍ ସିଲିଣ୍ଡର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ଜଣ ଲୋକ ଗମ୍ଭୀର ଭାବେ ଆହତ ହୋଇଛନ୍ତି । ଏପରି ଅଘଟଣ ବୁଧବାର ସକାଳୁ ଦେଖିବାକୁ ମିଳିଛି । କିନ୍ତୁ ଏପର୍ଯ୍ୟନ୍ତ ବିସ୍ଫୋରଣର କାରଣ ଜଣାପଡିନାହିଁ । ବିସ୍ଫୋରଣ ଶବ୍ଦ ହେବାରୁ ସ୍ଥାନୀୟ ଅଞ୍ଚଳରେ ହଇଚଇ ସୃଷ୍ଟି ହୋଇଥିଲା ।

ସୂଚନାନୁଯାୟୀ, ଏହି ଘଟଣା ପରେ ଉପ-ବିଭାଗୀୟ ମାଜିଷ୍ଟ୍ରେଟଙ୍କ ସମେତ ବରିଷ୍ଠ ପୋଲିସ ଏବଂ ପ୍ରଶାସନିକ ଅଧିକାରୀମାନେ ଉଦ୍ଧାର କାର୍ଯ୍ୟ ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ । ଚିକିତ୍ସା ପାଇଁ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ବିସ୍ଫୋରଣର କାରଣ ଜାଣିବା ପାଇଁ ଅଧିକ ତଦନ୍ତ ଚାଲିଛି ।












Click it and Unblock the Notifications