ରଙ୍ଗ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ, ୫ ମହିଳାଙ୍କ ଜୀବନ ଚାଲିଯାଇଥିବା ବେଳେ ୨୦ରୁ ଅଧିକ ଶ୍ରମିକ ଗୁରୁତର ଆହତ
ହରିୟାଣାର ଜିନ୍ଦରେ ହୋଲି ରଙ୍ଗ ଏବଂ ଅବିର ତିଆରି ହେଉଥିବା ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଭୟଙ୍କର ଅଗ୍ନିକାଣ୍ଡରେ ୫ ଜଣ ମହିଳାଙ୍କ ଜୀବନ ଚାଲିଯାଇଥିବା ବେଳେ ୨୦ରୁ ଅଧିକ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କ ପାନିପତ ହସପିଟାଲକୁ ରେଫର କରାଯାଇଛି । ତେବେ ଆଗକୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି କୁହାଯାଇଛି ।
ଜିନ୍ଦର ସଫିଦୋର ଭାଟ କଲୋନୀରେ ହୋଲି ରଙ୍ଗ ତିଆରି ହେଉଥିବା କାରଖାନାରେ ୩୦ ଜଣ ଶ୍ରମିକ କାମ କରୁଥିଲେ । ହଠାତ୍ ନିଆଁ ଲାଗି ଚାରିଆଡେ ବ୍ୟାପି ଯାଇଥିଲା । ନିଆଁ ଯୋଗୁଁ ଧୂଆଁମୟ ହୋଇଯାଇଥିଲା କାରଖାନା । ତେଣୁ କେହି ବାହାରିପାରିନଥିଲେ । ସ୍ଥାନୀୟ ଲୋକ ଚିତ୍କାର ଶୁଣି ତୁରନ୍ତ ଚିକିତ୍ସା ପାଇଁ ଆସିଥିଲେ । ସେମାନେ ଉଦ୍ଧାର କରି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଘଟଣାରେ ୫ ଜଣ ମହିଳାଙ୍କ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ ୨୦ ଜଣ ଗୁରୁତର ଥିବା ଜଣାପଡିଛି ।

ତେବେ ନିଆଁ ଲାଗିବାର କାରଣ ସଟ୍ ସର୍କିଟ ହୋଇଥିବା ଜଣାପଡିଛି । ଏହାର ଯାଞ୍ଚ ଚାଲିଛି । ଜିନ୍ଦର ଡିସି ମହମ୍ମଦ ଇମ୍ରାନ ରଜା ଏବଂ ଏସପି କୁଲଦୀପ ସିଂହ ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ଅଗ୍ନିଶମ ଟିମ୍ ନିଆଁକୁ ଆୟତ୍ତ କରିଛି ।
-
ଟି୨୦ ବିଶ୍ବକପ ଫାଇନାଲରେ ଭାରତ, ଜାକବ ବେଥେଲଙ୍କ ଲଢ଼ୁଆ ଶତକ ସତ୍ତ୍ବେ ହାରିଲା ଇଂଲଣ୍ଡ -
ବଦଳିବ ପାଗ, ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା -
ଯୁଦ୍ଧ ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବୟାନ, କହିଲେ -
ଭାରତକୁ ପ୍ରତିଦ୍ବନ୍ଦ୍ବୀ ହେବାକୁ ଦେବୁନାହିଁ: ଆମେରିକା -
ଭାରତ କିଣିବ ଋଷ ତେଲ, ଏମିତି କହିଲା ଆମେରିକା -
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ପଶ୍ଚାତାପ ଆମେରିକା କରିବ ; ଇରାନ ବୈଦେଶିକ ମନ୍ତ୍ରୀ -
ବିଧାନସଭା ନିର୍ବାଚନ ପୂର୍ବରୁ ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ -
ବିଜୁ ବାବୁଙ୍କ ସହ ପୁରୁଣା ଫଟୋ ପୋଷ୍ଟ କଲେ ଦିଲ୍ଲୀପ ରାୟ, ଲେଖିଲେ ମନର କଥା -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଇରାନର ଶକ୍ତିଶାଳୀ ଯୁଦ୍ଧ ଜାହାଜ ବୁଡ଼ିବା ଘଟଣା, ସମୁଦ୍ରରୁ ୮୭ ଜଣଙ୍କ ମୃତଦେହ ଉଦ୍ଧାର












Click it and Unblock the Notifications