୨୦୨୫ ଋତୁ ପାଇଁ କୋପ୍ରା (ଶୁଖିଲା ନଡ଼ିଆ ଶସ)ର ସର୍ବନିମ୍ନ ସହାୟକ ମୂଲ୍ୟକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ

ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୫ ଋତୁ ପାଇଁ କୋପ୍ରା(ଶୁଖିଲା ନଡ଼ିଆ ଶସ)ର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)କୁ ଅନୁମୋଦନ କରିଛି । କୃଷକମାନଙ୍କୁ ଲାଭଜନକ ମୂଲ୍ୟ ପ୍ରଦାନ କରିବା ପାଇଁ ସମସ୍ତ ବାଧ୍ୟତାମୂଳକ ଫସଲର ଏମଏସପିକୁ ସର୍ବଭାରତୀୟ ସ୍ତରରେ ଲାଗୁ ହାରାହାରି ଉତ୍ପାଦନ ମୂଲ୍ୟର ଅତି କମରେ ୧.୫ ଗୁଣ ସ୍ତରରେ ସ୍ଥିର କରାଯିବ ବୋଲି ସରକାର ୨୦୧୮-୧୯ କେନ୍ଦ୍ର ବଜେଟରେ ଘୋଷଣା କରିଥିଲେ । ତଦନୁଯାୟୀ, ୨୦୨୫ ଋତୁ ପାଇଁ ଉପଯୁକ୍ତ ହାରାହାରି ମାନର ମିଲିଂ କୋପ୍ରାର ଏମଏସପି କ୍ୱିଣ୍ଟାଲ ପିଛା ୧୧୫୮୨/- ଟଙ୍କା ଏବଂ ବଲ୍ କୋପ୍ରା ପାଇଁ କ୍ୱିଣ୍ଟାଲ ପିଛା ୧୨୧୦୦ ଟଙ୍କା ଧାର୍ଯ୍ୟ କରାଯାଇଛି ।

୨୦୧୪ ବିପଣନ ଋତୁରେ ମିଲିଂ କୋପ୍ରା ଓ ବଲ୍ କୋପ୍ରାର ଏମଏସପି ଯଥାକ୍ରମେ କୁଇଣ୍ଟାଲ ପିଛା ୫୨୫୦ ଟଙ୍କା ଓ ୫୫୦୦ ଟଙ୍କା ଥିବା ବେଳେ ୨୦୨୫ ବିପଣନ ଋତୁରେ କେନ୍ଦ୍ର ସରକାର ଏହାକୁ ବୃଦ୍ଧି କରି କ୍ୱିଣ୍ଟାଲ ପିଛା ୧୧,୫୮୨ ଟଙ୍କା ଓ ୧୨,୧୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏଥିରେ ଯଥାକ୍ରମେ ୧୨୧ ପ୍ରତିଶତ ଏବଂ ୧୨୦ ପ୍ରତିଶତ ବୃଦ୍ଧି ହୋଇଛି ।

Copra for 2025 season

ଉଚ୍ଚ ଏମଏସପି କେବଳ ନଡ଼ିଆ ଚାଷୀଙ୍କୁ ଉନ୍ନତ ପାରିଶ୍ରମିକ ସୁନିଶ୍ଚିତ କରିବ ନାହିଁ ବରଂ ଉଭୟ ଘରୋଇ ଏବଂ ଅନ୍ତର୍ଜାତୀୟ ସ୍ତରରେ ନଡ଼ିଆ ଉତ୍ପାଦର ବଢୁଥିବା ଚାହିଦାକୁ ପୂରଣ କରିବା ପାଇଁ କୃଷକମାନଙ୍କୁ କୋପ୍ରା ଉତ୍ପାଦନ ବୃଦ୍ଧି କରିବାକୁ ଉତ୍ସାହିତ କରିବ ।

ମୂଲ୍ୟ ସମର୍ଥନ ଯୋଜନା (ପିଏସ୍ଏସ୍) ଅଧୀନରେ କୋପ୍ରା ଏବଂ ଚୋପାମୁକ୍ତ ନଡ଼ିଆ କ୍ରୟ ପାଇଁ ଜାତୀୟ କୃଷି ସମବାୟ ବିପଣନ ମହାସଂଘ ଲିମିଟେଡ୍ (ନାଫେଡ୍) ଏବଂ ଜାତୀୟ ସମବାୟ ଉପଭୋକ୍ତା ମହାସଂଘ (ଏନସିସିଏଫ୍) କେନ୍ଦ୍ରୀୟ ନୋଡାଲ ଏଜେନ୍ସି (ସିଏନ୍ଏ) ଭାବରେ କାର୍ଯ୍ୟ ଜାରି ରଖିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+