Get Updates
Get notified of breaking news, exclusive insights, and must-see stories!

ତାମିଲନାଡୁର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ଉଦୟନିଧି ଷ୍ଟାଲିନ

ସତ ହେଲା ଦୀର୍ଘ ଦିନ ଧରି ଲାଗି ରହିଥିବା କଳ୍ପନାଜଳ୍ପନା। ତାମିଲନଡୁ ସରକାରର ମନ୍ତ୍ରୀମଣ୍ଡଳରେ ବଡ଼ ଧରଣର ପରିବର୍ତ୍ତନ । ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନ୍‌ଙ୍କ ପୁଅ ଉଦୟନିଧି ଷ୍ଟାଲିନଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯାଇଛି ।

ଡିଏମକେ ନେତୃତ୍ୱାଧୀନ ତାମିଲନାଡୁ ସରକାରରେ କ୍ରୀଡ଼ା ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯାଇଛି । ସେହିପରି ପୂର୍ବତନ ପରିବହନ ମନ୍ତ୍ରୀ ସେନ୍ଥିଲ ବାଲାଜୀ ପୁଣିଥରେ କ୍ୟାବିନେଟରେ ସାମିଲ ହୋଇଛନ୍ତି । ଦୁଇ ଦିନ ପୂର୍ବେ ମନି ଲଣ୍ଡରିଂ ମାମଲାରେ ସେ ଜାମିନ ପାଇଥିଲେଆଜି ଅପରାହ୍ଣରେ ଚେନ୍ନାଇ ରାଜଭବନରେ ଉଦୟନିଧି ଷ୍ଟାଲିନ ଶପଥ ନେବେ।

ଉଦୟାନିଧି ଷ୍ଟାଲିନ ତାମିଲନାଡୁର ଉପମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା ନେଇ ଦୀର୍ଘ ଦିନ ଧରି ଆଲୋଚନା ଚାଲିଥିଲା। ତାଙ୍କୁ ବର୍ତ୍ତମାନର ଯୁବ କଲ୍ୟାଣ ଏବଂ କ୍ରୀଡ଼ା ବିକାଶ ପୋର୍ଟଫୋଲିଓ ବ୍ୟତୀତ ଯୋଜନା ଏବଂ ବିକାଶ ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ଏହା ସହ ତାଙ୍କୁ ରାଜ୍ୟର ଉପମୁଖ୍ୟମନ୍ତ୍ରୀ କରାଯାଇଛି।

MK Stalin s son Udhayanidhi

ଅନ୍ୟପଟେ ଜାମିନରେ ଫେରିଥିବା ସେନ୍ଥିଲ ବାଲାଜୀଙ୍କୁ କେଉଁ ବିଭାଗ ଦିଆଯିବ ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ। ବାଲାଜୀଙ୍କ ବ୍ୟତୀତ ଡକ୍ଟର ଗୋବି ଚେଝିୟାନ, ଆର ରାଜେନ୍ଦ୍ରନ ଏବଂ ଏସଏମ ନାସର ମଧ୍ୟ କ୍ୟାବିନେଟରେ ସାମିଲ ହୋଇଛନ୍ତି।

ସେନ୍ଥିଲ ବାଲାଜୀ ଦିବଙ୍ଗତ ମୁଖ୍ୟମନ୍ତ୍ରୀ ଜେ ଜୟଲଳିତାଙ୍କ ଶାସନ କାଳରେ AIADMK ର କ୍ୟାସ୍‌ ଫର୍‌ ଜବ୍‌ ଦୁର୍ନୀତିରେ ସମ୍ପୃକ୍ତ ଥିବାରୁ ଗତ ୧୫ ମାସ ଧରି ସେ ଜେଲ୍‌ରେ ଥିଲେ। ତାଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଅର୍ଥ ହେରଫେର ଅଭିଯୋଗ ହୋଇଥିଲା। ତେବେ ଗୁରୁବାର ସୁପ୍ରିମକୋର୍ଟ ତାଙ୍କୁ ଜାମିନରେ ମୁକ୍ତ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+