ଜନ୍ମଦିନରେ କ୍ଷୀରି ଖାଇଲେ ମୋଦି; ଗାଡ଼କଣରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ କଲେ ଆଲୋଚନା, ଦେଖନ୍ତୁ ଭିଡିଓ
ଭୁବନେଶ୍ୱରେ ପହଞ୍ଚିବା ପରେ ମୋଦି ସେଠାରୁ ସ୍ବତନ୍ତ୍ର କାର୍କେଟ ଯୋଗେ ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ । ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ କରିଥିଲେ।
ସୂଚନାଯୋଗ୍ୟ, ପିଏମ୍ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ କ୍ଷିରୀ ପ୍ରସ୍ତୁତି ହୋଇଥିଲା। ଅନ୍ତର୍ଯ୍ୟାମୀଙ୍କ ବୋହୂ ବୋହୂ ସୁସ୍ବାଦୁ କ୍ଷିରୀ ପ୍ରସ୍ତୁତ କରିଥିଲେ। ଏ ନେଇ ସେ ବେଶ ଖୁସି ଥିଲେ। ତାଙ୍କ ହାତର କ୍ଷିରୀ ପ୍ରଧାନମନ୍ତ୍ରୀ ଖାଇଲେ ଏହା ତାଙ୍କ ପାଇଁ ବୋହୂତ ବଡ଼ କଥା ବୋଲି ସେ କହିଛନ୍ତି। ଓଡ଼ିଶାରେ ମୋଦିଙ୍କୁ ଦେଖି ଚଳଚଞ୍ଚଳ ହୋଇ ଉଠିଛି ଜନତାମଇଦାନ । ସୁଭଦ୍ରା ଯୋଜନା ପାଇଁ ଉତ୍ସାହିତ ହୋଇପଡ଼ିଛନ୍ତି ମହିଳା।

ଏହି ଅବସରରେ ମହିଳାଙ୍କଠାରୁ ମହାପ୍ରଭୁ ଜଗନ୍ନାଥଙ୍କ ଫଟୋଚିତ୍ର ଉପହାର ସ୍ବରୁପ ଗ୍ରହଣ କରିଥିଲେ । ତାଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ମାଝି, ବିଭାଗୀୟ ମନ୍ତ୍ରୀ ଭାଜପା ନେତୃବୃନ୍ଦ ଉପସ୍ଥିତ ରହିଥିଲେ। ଏ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
#WATCH | Prime Minister Narendra Modi meets the beneficiaries of Pradhan Mantri Awas Yojana - Urban at their residence in Bhubaneswar, Odisha. CM Mohan Charan Majhi is also present with him. pic.twitter.com/O5XVnXxzQ9
— ANI (@ANI) September 17, 2024
ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପାଇବେ। ତା ପୂର୍ବରୁ ପରୀକ୍ଷାମୂଳକ ଭାବେ ହିତାଧିକାରୀଙ୍କ ଆକାଉଣ୍ଟକୁ ରାଜ୍ୟ ସରକାର ୧ ଟଙ୍କା ଲେଖାଏ ପଠାଇଛନ୍ତି। ଏନେଇ ମୋବାଇଲକୁ କନଫର୍ମେସନ ମଧ୍ୟ ମେସେଜ ଆସିଛି। ତେବେ ମେସେଜ ଆସି ନ ଥିବା ହିତାଧୀକାରୀ ଚିନ୍ତିତ ଅଛନ୍ତି ଯେ, ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ କି ନାହିଁ। ଏସବୁ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଆକାଉଣ୍ଟକୁ ୧ ଟଙ୍କା ନ ଆସିଥିଲେ ବି ୧୭ରେ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଆକାଉଣ୍ଟକୁ ୧ ଟଙ୍କା ପଠାଯିବା ଏକ ଟ୍ରାଏଲ ରନ ଥିବା ସେ କହିଥିଲେ।
ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦି। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିବେ ମୋଦି। ପରେ ପରେ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ। ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ। ସେହିପରି ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।
-
ବ୍ରିଟେନକୁ ସିଧାସଳଖ ଚେତାବନୀ ଦେଲା ଇରାନ, କହିଲା ଆମେରିକାକୁ ସାହାଯ୍ୟ କରିବା ପଡ଼ିବ ମହଙ୍ଗା -
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications