Get Updates
Get notified of breaking news, exclusive insights, and must-see stories!

ଏସୀୟ ପାରା ଗେମ୍‌ସରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ପହିଲା ୨୦୨୩ ଦିନ ଅପରାହ୍ନ ପ୍ରାୟ ସାଢେ ଚାରିଟାରେ ନୂଆଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମଠାରେ ପାରା ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତ୍‌ମାନଙ୍କ ସହ କଥାବାର୍ତ୍ତା କରି ସେମାନଙ୍କୁ ସମ୍ବୋଧିତ କରିବେ । ଏସୀୟ ପାରା ଗେମ୍‌ସ-୨୦୨୨ରେ ଅଂଶଗ୍ରହଣ କରି ଅସାଧାରଣ କ୍ରୀଡା ନୈପୁଣ୍ୟ ପ୍ରଦର୍ଶନ କରିଥିବା କ୍ରୀଡାବିତ୍‌ମାନଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ସେମାନଙ୍କୁ ଭବିଷ୍ୟତ ପ୍ରତିଯୋଗିତା ପାଇଁ ପ୍ରେତ୍ସାହିତ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି ।

ଏସୀୟ ପାରା ଗେମ୍‌ସ୍ -୨୦୨୨ରେ ଭାରତ ୨୯ଟି ସ୍ୱର୍ଣ୍ଣପଦକ ସମେତ ମୋଟ ୧୧୧ଟି ପଦକ ବିଜୟୀ ହୋଇଛି । ପୂର୍ବ ଏସୀୟ ପାରା ଗେମ୍‌ସ-୨୦୧୮ ତୁଳନାରେ ଏଥର ପଦକ ସଂଖ୍ୟା ଶତକଡା ୫୪ଭାଗ ବୃଦ୍ଧି ଘଟିଛି ଓ ୨୦୧୮ରେ ଜିତିଥିବା ସ୍ୱର୍ଣ୍ଣପଦକ ତୁଳନାରେ ଏହା ଦୁଇଗୁଣ ଅଧିକ ।

କାର୍ଯ୍ୟକ୍ରମରେ କ୍ରୀଡାବିତ, ସେମାନଙ୍କ ପ୍ରଶିକ୍ଷକ, ଭାରତୀୟ ପାରା ଅଲିମ୍ପିକ କମିଟି, ଭାରତୀୟ ଅଲିମ୍ପିକ ସଂଘର କର୍ମକର୍ତ୍ତା, ଜାତୀୟ କ୍ରୀଡା ମହାସଂଘର ପ୍ରତିନିଧିଗଣ ଏବଂ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରଣାଳୟର ଅଧିକାର ବୃନ୍ଦ ଯୋଗଦେବେ ।

narendra_modi

ପାରା ଏସୀୟ କ୍ରୀଡ଼ାରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ । ଆମରି ଦେଶର ନିତେଶ କୁମାରଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ପ୍ରେମୋଦ । ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତଙ୍କ ପାଇଁ 2 କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଚୀନର ହାଙ୍ଗଜୋରେ ଚାଲିଥିବା ଏସିଆନ ପାରା ଗେମ୍ସରେ ଓଡ଼ିଶାର ସୌନ୍ଦର୍ଯ୍ୟ ପ୍ରଧାନ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଦୃଷ୍ଟିବାଧିତ ଚେସ୍‌ରେ ସେ ଦୁଇଟି ପଦକ ଜିତିଛନ୍ତି । ସେଥିରୁ ଗୋଟିଏ ସ୍ୱର୍ଣ୍ଣ ଓ ଅନ୍ୟଟି ରୌପ୍ୟ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+